Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଶରଧାବାଲି ଦଳାଚକଟା ଘଟଣାରେ କାର୍ଯ୍ୟାନୁଷ୍ଠାନ, ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍‌ପି

ଅଘଟଣ ପରେ ଆକ୍ସନ । ପୁରୀ ଶରଧାବାଲି ଦଳଚକଟା ଘଟଣାରେ ରାଜ୍ୟସରକାରଙ୍କ କଠୋର ଆକ୍ସନ । ଅଘଟଣ ପାଇଁ ବଦଳିଲେ ପୁରୀ ଜିଲ୍ଲାପାଳ ଓ ଏସ୍ପି । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶେଖର ସ୍ୱାଇଁଙ୍କ ବଦଳରେ ଚଞ୍ଚଳ ରଣାକୁ ମିଳିଛି ନୂଆ ଦାୟିତ୍ୱ । ଏହାବାଦ୍ ପୁରୀ ଏସ୍ପି ବିନିତ ଅଗ୍ରଓ୍ୱାଲ୍ଙ୍କ ବଦଳରେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଘଟଣା ମୋତେ ବ୍ୟଥିତ କରିଛି । ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରୁଛି । ପରଲୋକଗତ ଭକ୍ତଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।

ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସ.ପି ଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି। ଏହାସହିତ DCP ଶ୍ରୀ ବିଷ୍ଣୁ ପତି ଓ କମାଣ୍ଡାଣ୍ଟ ଶ୍ରୀ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ