Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିଲାଗି ସାଧାରଣ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବେ ଦତ୍ତ ମହାପାତ୍ର ସେବାୟତ। ରାତି ୯ଟାରୁ ରାତି ୨ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୁର, କଇଥଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରି ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଖାର କରିବାର ପରମ୍ପରା ରହିଛି। ମହାପ୍ରଭୁଙ୍କର ଏହି ଶ୍ରୀଅଙ୍ଗ ଲାଗି ସେବାର ସୁଯୋଗ ପାଇଛନ୍ତି ଦତ୍ତମହାପାତ୍ର ସେବକ। ଏହା ବଂଶାନୁକ୍ରମିକ ସେବା ଓ ସିଧା ରତ୍ନବେଦୀ ଉପରେ ଚଢ଼ି ଠାକୁରମାନଙ୍କୁ ଆକର୍ଷଣୀୟ ରୂପ ଦେବାର ସୁଯୋଗ । ବନକଲାଗିରେ ମୁଖ୍ୟତଃ ଚାରି ପ୍ରକାର ପ୍ରାକୃତିକ ରଙ୍ଗ ବ୍ୟବହାର ହୋଇଥାଏ, ଯାହା ହେଲା କଳା, ଧଳା, ନାଲି ଓ ହଳଦିଆ । ଏଥିପାଇଁ ଦରକାର ପଡୁଥିବା ସାମଗ୍ରୀଗୁଡ଼ିକ ହେଲା କଜ୍ଜ୍ବଳ, ହିଙ୍ଗୁଳ, ହରିତାଳ, କସ୍ତୁରୀ, ଚନ୍ଦନ, କର୍ପୂର, କେଶର ଓ ଘୋରା ଶଙ୍ଖ । ଏଥିରୁ ଅଧିକାଂଶ ବନଜାତ ଦ୍ରବ୍ୟ ।

ହିଙ୍ଗୁଳକୁ ହଳଦିଆ ରଙ୍ଗ ଭାବେ ବ୍ୟବହାର କରାଯାଉଥିବା ବେଳେ ହରିତାଳ ଲାଲ ରଙ୍ଗ ପାଇଁ ଦରକାର । ବଳଭଦ୍ରଙ୍କ ଶ୍ରୀମୁଖ ଶିଙ୍ଗାର ପାଇଁ ଅତି ଦରକାରୀ ଧଳା ରଙ୍ଗ ମୁଖ୍ୟତଃ ଘୋରା ହୋଇଥିବା ଦକ୍ଷିଣାବର୍ତ୍ତୀ ଶଙ୍ଖରୁ ସଂଗୃହୀତ ହୋଇଥାଏ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ