Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜୁଲାଇ ୧ ଯାଏଁ ପର୍ଯ୍ୟନ୍ତ ବନ୍ଦ ରହିବ ଶିମିଳିପାଳ

ବାରିପଦା: ପର୍ଯ୍ୟଟକଙ୍କ ପାଇଁ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଶିମିଳିପାଳ। ଏନେଇ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି । ବର୍ଷା ଲାଗି ରହିଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶିମିଳିପାଳ ବନ୍ଦ ରହିବା ନେଇ ନୋଟିସ ଜାରି କରାଯାଇଛି ।

ତେବେ ଶିମିଳିପାଳ ଟାଇଗର ରିଜର୍ଭ ବନ୍ଦ ନେଇ ଘୋଷଣା କରାଯାଇଥିଲେ ହେଁ ଅଭୟାରଣ୍ୟ ମଧ୍ୟରେ ଥିବା ଜାମୁଆଣି, ଗୁରୁଗୁଡ଼ିଆ, କୁଁମାରୀ ଏବଂ ରାମତୀର୍ଥ ଇକୋ ଟୁରିଜିମ ଖୋଲା ରହିବ ବୋଲି ଅଭୟାରଣ୍ୟ କର୍ତ୍ତୃପକ୍ଷ ନୋଟିସ ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ