Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଚରଦା ରେ ଜିଲ୍ଲା ସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଚରଦା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଆଇନ ସେବା ପ୍ରାଧିକରଣ, କଟକ ତଥା ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ର ଅଧ୍ୟକ୍ଷ ତଥା ଜିଲ୍ଲା ଜଜ ଶ୍ରୀ ଧନୁର୍ଦ୍ଧର ସେନାପତି ଙ୍କ ନିର୍ଦେଶ ରେ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ତରଫରୁ ମୌଳିକ କର୍ତବ୍ୟ ଏବଂ ପ୍ରବାସୀ ଶ୍ରମିକ ଙ୍କ ବିଭିନ୍ନ ସମସ୍ୟା ବିଷୟରେ ଏକ ଜିଲ୍ଲା ସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇ ଯାଇଛି I ଏଥିରେ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ସୁବର୍ଣ୍ଣପୁର ର ସଚିବ ଶ୍ରୀ ଦେବାଶିଷ ଦାସ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଜ଼ିଲ୍ଲା ଆଇନ ସେବା ପ୍ରାଧିକରଣ ର ମୂଳ ଉଦେଶ୍ୟ ଏବଂ ଉପୋରକ୍ତ ବିଷୟ ଉପରେ ସାଧାରଣ ଜନତାଙ୍କୁ ଅବଗତ କରିଥିଲେ I ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ବିନିକା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟେ ସୁପ୍ରଭା କୁଣ୍ଡୁ ଅତିରିକ୍ତ ଶ୍ରମ ଅଧିକାରୀ ଚିନ୍ମୟ ମେହେର ଏବଂ ରାଜେଶ୍ୱରୀ ଭୋଇ ପ୍ରମୁଖ ଯୋଗ ଦେଇ ଶ୍ରମିକ ମାନଙ୍କ ବିଭିନ୍ନ ଆଇନ ବିଷୟରେ ସଚେତନ କରିଥିଲେ I ଉକ୍ତ କାର୍ଯ୍ୟକ୍ରମରେ ୪ ଜଣଙ୍କୁ ଶ୍ରମ କାର୍ଡ ପ୍ରଦାନ କରାଯାଇଥିଲା I

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ