Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ବନ ମହୋତ୍ସବ ଉଦଘାଟିତ

ସୋନପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ବନଖଣ୍ଡ ଅଧିନସ୍ଥ ଅର୍ଜୁନପୁର ସ୍ଥିତ ନଗରବନ୍ ଠାରେ ଜିଲ୍ଲା ସ୍ତରୀୟ ବନ ମହୋତ୍ସବ ଉଦଘାଟିତ ହୋଇଯାଇଛି । ଏହି ସମାରୋହରେ ଜିଲ୍ଲାପାଳ ଅନ୍ୟା ଦାସ , ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ , ଜିଲ୍ଲା ବନଖଣ୍ଡ ଅଧିକାରୀ ମଦନଲାଲ ଶର୍ମା ପ୍ରମୁଖ ଯୋଗଦେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଆଜି ପ୍ରଥମ ଦିନରେ ପ୍ରାୟ ଦୁଇ ହଜାର ବୃକ୍ଷ ରୋପଣ କରାଯିବା ନେଇ ବନ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ଅବସରରେ ଭ୍ରାମ୍ୟମାଣ ଚାରା ବଣ୍ଟନ ଯାନକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଜିଲ୍ଲାପାଳ । ଏହି ଯାନରେ ଚାରା ପ୍ରତି ଏକ ଟଙ୍କା ଦରରେ ଜିଲ୍ଲା ସାରା ବୁଲି ବୁଲି ଚାରା ବିକ୍ରୟ କରାଯିବ । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀ, କର୍ମଚାରୀ ସହ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ଓ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ସାମିଲ ହୋଇ ଚାରା ରୋପଣ ସହ ସଚେତନତା ବାର୍ତ୍ତା ପ୍ରଦାନ କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ