Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ବଢିବ ତାତି; ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଜିଠୁ ବଢିବ ତାତି। ଖରାରେ ସିଝିବ ସାରା ଓଡ଼ିଶା । ଆହୁରି ୩ ଦିନ କ୍ରମାଗତ ଭାବେ ବୃଦ୍ଧି ପାଇବ ଗ୍ରୀଷମ ପ୍ରବାହ। ତେବେ ଝାରସୁଗୁଡା, ସୋନପୁର, ସୁନ୍ଦରଗଡ଼, ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ଗରମ ଅନୁଭୂତ ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।

୧୬ ଓ ୧୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଅନୁଗୁଳ, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ଏହିସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଦିନ ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିଯାଇପାରେ ବୋଲି ଅନୁମାନ କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ