Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ। ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ।ଆସନ୍ତାକାଲି ଆଡପ ମଣ୍ଡପରୁ ଧାଡି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ରଥ ଉପରକୁ ଆସି ଶ୍ରୀମନ୍ଦିର ସିଂହଦ୍ଵାର ଅଭିମୁଖେ ବାହୁଡିବେ।

ଏଥିପାଇଁ ସଂଧ୍ୟା ୬ଟାରୁ ସର୍ବସାଧାରଣଙ୍କ ଦର୍ଶନ ବ୍ୟବସ୍ଥା ବନ୍ଦ କରାଯାଇ ମହାପ୍ରଭୁଙ୍କ ନୀତିକାନ୍ତି କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆଡପ ମଣ୍ଡପରେ ଦର୍ଶନ କରିପାରିବେ ଭକ୍ତ । ନିର୍ଦ୍ଧାରିତ ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ଅନୁଷ୍ଠିତ ହେବା ପରେ ଶ୍ରୀଜୀଉଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ କରାଯିବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ