Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ହୀରାକୁଦରୁ ଛଡ଼ାଗଲା ପ୍ରଥମ ବନ୍ୟାଜଳ

ଭୁବନେଶ୍ୱର: ହୀରାକୁଦରୁ ଛଡ଼ାଗଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ। ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୨୦ରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା। ପର୍ଯ୍ୟାୟ କ୍ରମେ ୧୨ଟି ଫାଟକ ଦେଇ ବନ୍ୟାଜଳ ଛଡ଼ାଯିବ। ବର୍ତ୍ତମାନ ଜଳଭଣ୍ଡାରରେ ୬୦୯.୦୬ ଫୁଟ ଉଚ୍ଚତାର ଜଳ ରହିଛି।

ନଦୀବନ୍ଧରୁ ଫାଟକ ଖୋଲାଯିବାକୁ ନେଇ ତଳମୁଣ୍ଡରେ ଥିବା ୧୩ଟି ଜିଲାର ଜିଲାପାଳଙ୍କୁ ବାର୍ତ୍ତା ପଠାଯାଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ବୃଦ୍ଧି ପାଇବାରେ ଲାଗିଥିଲା।ଏହି ସମୟରେ ଜଳଭଣ୍ଡାରକୁ ୧,୩୦,୦୨୮ କ୍ୟୁସେକ୍ ପ୍ରବେଶ କରୁଥିବା ବେଳେ ସର୍ବମୋଟ ୩୮୧୬୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା।

ଛତିଶଗଡ଼ରେ କ୍ରମାଗତ ବର୍ଷା ଲାଗି ରହିଥିବାରୁ ହୀରାକୁଦ ଉପରେ ଥିବା କଲମା ଆନିକଟର ସମସ୍ତ ଫାଟକ ଖୋଲି ଦିଆଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ