Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନବ ନିର୍ବାଚିତ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନବ ନିର୍ବାଚିତ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କୁ ଭବ୍ୟ ସ୍ୱାଗତ, ସମ୍ବର୍ଦ୍ଧନା ଦିଆଯାଇଛି । ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ଓଡ଼ିଶା ଦାୟିତ୍ୱରେ ଥିବା ରାଷ୍ଟ୍ରୀୟ ପର୍ଯ୍ୟବେକ୍ଷକ ଡଃ ସଞ୍ଜୟ ଜୟସ୍ୱାଲ, ରାଷ୍ଟ୍ରୀୟ ମୁଖପାତ୍ର ତଥା ରାଷ୍ଟ୍ରୀୟ ସହ ନିର୍ବାଚନ ଅଧିକାରୀ ଡଃ ସମ୍ବିତ ପାତ୍ର, ରାଜ୍ୟ ନିର୍ବାଚନ ଅଧିକାରୀ ସାଂସଦ ପ୍ରତାପ ଷଡଙ୍ଗୀ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ରାଷ୍ଟ୍ରୀୟ ଉପସଭାନେତ୍ରୀ ତଥା ରାଜ୍ୟ ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଝାରୀ ଓ ମନ୍ତ୍ରୀମଣ୍ଡଳର ସଦସ୍ୟ , ସାଂସଦ ଓ ବିଧାୟକ, ଦଳର ବରିଷ୍ଠ ନେତୃବୃନ୍ଦ ଓ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ