Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କେନ୍ଦ୍ରୀୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ

ପାରଳାଖେମୁଣ୍ଡି:୯/୭(ଗରୁଡ ଧ୍ଵଜ ଚୌଧୁରୀ)କେନ୍ଦ୍ରୀୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶକ ,ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ ଶ୍ରୀଯୁକ୍ତ ସୁନୀଲ ସଚେଦେବ ଓ କେନ୍ଦ୍ରୀୟ ପ୍ରକଳ୍ପ ମନିଟରିଂ ୟୁନିଟ ଶ୍ରୀ ସଚିନ କୁମାର ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଆକାଂକ୍ଷା ବ୍ଲକ୍ ଗୁମ୍ମା ଓ ଆର୍.ଉଦୟଗିରି କ୍ଷେତ୍ର ପରିଦର୍ଶନ କରି କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାର କାର୍ଯ୍ୟକାରୀ ହେଉଥିବା ସ୍ଥାନ ଗୁଡ଼ିକରେ ବୁଲି ଦେଖିଥିଲେ। ସେହିପରି ଆର.ଉଦୟଗିରି ଆକାଂକ୍ଷା ବ୍ଲକ୍ ଅନ୍ତର୍ଗତ ଅବାରସିଂ ଓ ଶବରପଲ୍ଲୀ ଗ୍ରାମ ପଞ୍ଚାୟତରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ବିଷୟରେ ସ୍ଥାନୀୟ ଜନସାଧାରଣଙ୍କ ସହିତ ଆଲେଚନା କରିଥିଲେ। ସେହିପରି ଗୁମ୍ମା ବ୍ଲକର ରାଗିଡି ଓ ତରଭା ଗ୍ରାମ ପଞ୍ଚାୟତରେ ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ବିଷୟରେ ହିତାଧିକାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ସହିତ ଆଲେଚନା କରିଥିଲେ। ସେହିପରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ବିଭିନ୍ନ ଯୋଜନା ବିଷୟରେ ସୂଚନା ପ୍ରଦାନ ଦେଇଥିଲେ। ଯାହା ଗୋଟିଏ ଦେଶ ଗୋଟିଏ ରାସନ୍ କାର୍ଡ ମାଧ୍ଯମରେ ଭିଟାମିନ ଯୁକ୍ତ ଚାଉଳ ପ୍ରଦାନ ଓ ଉକ୍ତ ଚାଉଳକୁ କିପରି ବ୍ଯବହାର କରିବେ, ଖାଦ୍ୟଶସ୍ୟ ଗ୍ରହଣ ସମୟରେ କୌଣସି ସମସ୍ୟା ରହିଛି କି ଇତ୍ୟାଦି ବିଷୟରେ ହିତାଧିକାରୀଙ୍କ ସହିତ ଆଲେଚନା କରିଥିଲେ। ଏହା ସହିତ ଧାନ ସଂଗ୍ରହ କେନ୍ଦ୍ର ଯଥା ରାୟଗଡ଼ା ଓ ଗୁମ୍ମା ଲ୍ୟାମ୍ପ ପରିଦର୍ଶନ କରିଥିଲେ। ପରେ ପାରଳାଖେମୁଣ୍ଡି ସ୍ଥିତ ଚାଉଳ ଗ୍ରହଣ ଡିପୋ ତଥା ନିୟନ୍ତ୍ରଣ ବଜାର କମିଟି ପରିଦର୍ଶନ କରି ଚାଉଳର ଗୁଣବତ୍ତା ଓ ପରିମାଣ ଯାଞ୍ଚ କରିଥିଲେ। ଗଜପତି ଜିଲ୍ଲାର ଆକାଂକ୍ଷା ବ୍ଲକ୍ ଗ୍ରସ୍ତ କରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର ସମ୍ପୁର୍ଣ୍ଣତା କାର୍ଯ୍ୟ ହୋଇଥିବାରୁ ଖୁସିବ୍ୟକ୍ତ ହେଇଥିଲେ। ପରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଗଜପତି ଜିଲ୍ଲାର ବିକାଶ ଆଗେଇ ଚାଲିଛି। ଆହୁରି ଅଧିକରୁ ଅଧିକ ଜିଲ୍ଲାକୁ ବିକାଶ କରିବା ପାଇଁ କିଭଳୀ କାର୍ଯ୍ୟ କରାଯିବ ସେ ନେଇ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କୁ ଭେଟି ସମସ୍ତ କ୍ଷେତ୍ର ପରିଦର୍ଶନ ବିଷୟରେ ଆଲୋଚନା କରିଥିଲେ।
ସେହିପରି ଶିକ୍ଷା, ସ୍ବାସ୍ଥ୍ୟ ଓ ପୋଷଣ, କୃଷି, ଜଳ ସମ୍ପଦ ଆର୍ଥିକ ଅନ୍ତର୍ଭୁକ୍ତକରଣ ଓ ଦକ୍ଷତା ବୃଦ୍ଧି ଓ ମୌଳିକ ଆବଶ୍ୟକତା ପୁରଣ ଓ ନୀତି ଆୟୋଗ ପକ୍ଷରୁ କାର୍ଯ୍ୟକାରି ହେଉଥିବା ବିକାଶ ମୂଳକ ଯୋଜନା ଗୁଡ଼ିକ କୁ ଆଲୋଚନା କରିଥିଲେ। ଏତଦ୍ ବ୍ୟତୀତ ପିଏମ୍ ଜନମନ ଆବାସ ପ୍ରକଳ୍ପ, ମନରେଗା , ସ୍ୱଚ୍ଛ ଭାରତ ଅଭିଯାନ ଅଧୀନରେ ପରିମଳ ପ୍ରକଳ୍ପ, ଆୟୁଷ୍ମାନ ଭାରତ ଓ ପିଭିଟିଜି ପରିବାର ପ୍ରମୁଖ ଯୋଜନାର ଗୁଡ଼ିକ ବିଷୟରେ ମଧ୍ଯ ଆଲୋଚନା କରିଥିଲେ।ଆଜିର ଏହି ଗ୍ରସ୍ତ ସମୟରେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ,ଅତିରିକ୍ତ ଜିଲ୍ଲା ଖାଦ୍ୟ ଯୋଗାଣ ଅଧିକାରୀ ଶ୍ରୀମତୀ ସ୍ନେହାସିନୀ ବେହେରା,ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନାମୀ ମଣ୍ଡଳ, ଆର.ଉଦୟଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀମେନ୍ ଖର୍ସେଲ, ଗୁମ୍ମା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଓ ସମସ୍ତ ଯୋଗାଣ ନିରୀକ୍ଷକ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।