Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରଧାନ ଶିକ୍ଷୟିତ୍ରୀ ଙ୍କୁ ଅଵସର କାଳୀନ ବିଦାୟ ସମ୍ବର୍ଦ୍ଧନା।

କଳାହାଣ୍ଡି,୦୯/୦୭
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଷ୍ଠି ଶିକ୍ଷା ବିଭାଗ ଅନ୍ତର୍ଗତ ହଂସପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଭାସିନି ଦାସ ଙ୍କୁ ବୁଧବାର ଟେମରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଅଵସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି।
ଟେମରା ସରପଞ୍ଚ କ୍ଷିତିରାମ ପାତ୍ର ଙ୍କ ସଭାପତିତ୍ୱ ରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଗୋଷ୍ଠି ଶିକ୍ଷା ଅଧିକାରୀ ମହେଶ କୁମାର ଭାଟି, ମୁଖ୍ୟ ବକ୍ତା ଭାବେ ପ୍ରଧାନ ଶିକ୍ଷକ ଜବାହାର ଉଚ୍ଚ ବିଦ୍ୟାଳୟ ସୁଧୀର କୁମାର ପଣ୍ଡା,ସମ୍ମାନିତ ଅତିଥି ଭାବେ ବିଆରସିସି ତୋଫାନ ମାଝୀ,ଶିକ୍ଷାବିଦ ଅଶୋକ କୁମାର ଦାସ,ପ୍ରଧାନ ଶିକ୍ଷକ ଟେମରା ହାଇସ୍କୁଲ ବିରଞ୍ଚି ହୋତା, ବରିଷ୍ଠ ଶିକ୍ଷକ ସଞ୍ଜୀବ କୁମାର ପାଢୀ ସମାଜସେବି ରାଜେନ୍ଦ୍ର ନାଏକ ପ୍ରମୁଖ ଉପସ୍ଥିତ ରହି ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଦାସ ଜଣେ ଶିକ୍ଷୟିତ୍ରୀ ସହ ଛାତ୍ରଛାତ୍ରୀ ଙ୍କୁ ଚରିତ୍ର ଗଠନ ସହ ପ୍ରତିଟି କ୍ଷେତ୍ରରେ ମାର୍ଗଦର୍ଶନ ଦେଉ ଆସୁଥିଲେ ବୋଳି ମତ ପ୍ରକାଶ କରିଥିଲେ।।ପରେ ତାଙ୍କୁ ଉତ୍ତରୀୟ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ଓ ତାଙ୍କ ଅବସର କାଳୀନ ସମୟ ସୁଖମୟ ହେଉ ବୋଳି କହିଥିଲେ। କାର୍ଯ୍ୟକ୍ରମ ରେ କ୍ଲଷ୍ଟର ଅନ୍ତର୍ଗତ ଶିକ୍ଷକ ଶିକ୍ଷୟିତ୍ରୀ ସମ୍ବର୍ଦ୍ଧନା ସଭା ରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ