Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କାଲିଠୁ ୧୭ ଯାଏ ଛେଚିବ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା

ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସହ ଉତ୍ତର ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପିତିନଠାରୁ ୫.୮ କି.ମି. ଉଚ୍ଚରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ।

ଶନିବାର ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ନୂଆପଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ ଆଦି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହା ସହ ଅନ୍ୟାନ୍ୟ ଜିଲାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ସୂଚନା ଦିଆଯାଇଛି। ତେବେ ବିଜୁଳି ଓ ଘଡ଼ଘଡ଼ି ନେଇ ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ କଟକକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ