Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଆଜି ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୋମବାର ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୮୮ (ଆଠାଅଶି) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୭୮ (ଅଠସ୍ତରି) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୧୦ ( ଦଶ) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। କେବଳ (ଏକ) ଗୋଟିଏ ଦରଖାସ୍ତ ରେଡକ୍ରସ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଭାରପ୍ରାପ୍ତ ବିଡ଼ିଓ ବୀରମହାରାଜପୁର ଶ୍ରୀ ପୁରୁଷୋତ୍ତମ ଧରୁଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର , ଉପ – ଜିଲ୍ଲାପାଳ, ବୀରମହାରାଜପୁରଙ୍କ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ ସମେତ ଅତିରିକ୍ତ ତହସିଲଦାର ବୀରମହାରାଜପୁର ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ , ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ