Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜାପୁର ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର;ବିଭିନ୍ନ 59 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ

ବୀରମହାରାଜାପୁର : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବୀରମହାରାଜପୁର ବ୍ଲକ ସଭାଗୃହରେ ଆଜି ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୪ ଗୋଟି,ସାମୁହିକ ଦରଖାସ୍ତ ୧୫ ଗୋଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ,ବୀରମହାରାଜପୁର
ଶ୍ରୀ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ଅଶୋକ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି -ଇଂ ଦାମୋଦର କୈବର୍ତ୍ତ ,ଡି ଇ ଓ ଲକ୍ଷ୍ମଣ ଭୋଇ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଡ଼ିଏସଏସଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ସମେତ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ତହସିଲଦାର ବିବୁଧ ଗଡ଼ନାୟକ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ