Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବାଲେଶ୍ବର ଭୋଗରାଇରେ ହେବ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ

ବାଲେଶ୍ବର: ବାଲେଶ୍ବର ଭୋଗରାଇରେ ହେବ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ। ଭୁବନେଶ୍ବର ଏମ୍ସରେ ପୋଷ୍ଟମର୍ଟମ ପରେ ସ୍ଵତନ୍ତ୍ର ପୋଲିସ୍ ଏସ୍କଟ ରେ ଭୋଗରାଇ ନିଆଗଲା ସୌମ୍ୟାଶ୍ରୀଙ୍କ ମର ଶରୀର । ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ।

ସୋମବାର ବିଳମ୍ବିତ ରାତିରେ ଏମ୍ସ କର୍ତ୍ତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଛନ୍ତି। ୧୨ ତାରିଖ ମଧ୍ୟାହ୍ନରେ ପୀଡ଼ିତା ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା।

ତେବେ ସୌମ୍ୟାଶ୍ରୀଙ୍କ ମରଶରୀର ପହଞ୍ଚିବା ପୂର୍ବରୁ କାନ୍ଦ ବୋବାଳିରେ ଫାଟୁଛି ଭୋଗରାଇ ପଳାସିଆ ଗାଁ ।