Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ

ବୀରମହାରାଜାପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଜଉଁରାଭଉଁରା ଗ୍ରାମପଂଚାୟତ ଅନ୍ତର୍ଗତ ରାଧାନଗର ଶିବ ମନ୍ଦିର ନିକଟରେ ନବନିର୍ମିତ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ ହୋଇଯାଇଛି । ପଂଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ସ୍ଵୟମ୍ଭୁ ପୁରୋହୀତଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ମୂଖ୍ୟଅତିଥି ଭାବେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଯୋଗଦେଇ ଫିତାକାଟି ଉକ୍ତ ପ୍ରକଳ୍ପର ଉଦଘାଟନ କରିବା ସହ ଲୋକଙ୍କ ପାଇଁ ଉତ୍ସର୍ଗ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଗୋଷ୍ଠି ଉନ୍ନୟନ ଅଧିକାରୀ କରିସ୍ମା ବେସରା, କୃତିବାସ ମିଶ୍ର, ସ୍ଥାନୀୟ ସରପଂଚ ସୁନୀତା ସିଂଘ୍ରା, ସମିତିସଭ୍ୟା ସୁଷମା ଭୋଇ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ପଂଚାୟତ ସିଏଫସି ପାଣ୍ଠିରୁ ୩ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଉକ୍ତ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହୋଇଥିବା ଜଣାପଡିଛି । ସ୍ଥାନୀୟ ଲୋକ ଦୀର୍ଘଦିନ ହେଲା ଉକ୍ତ ପ୍ରକଳ୍ପ ନିର୍ମାଣ ପାଇଁ ଦାବି କରି ଆସୁଥିଲେ । ସେହି ରାସ୍ତା ଦେଇ ପ୍ରତ୍ୟେକ ଦିନ ଶତାଧିକ ଲୋକ ଯିବା ଆସିବା କରୁଥିବା ବେଳେ ଖରାଦିନେ ସମସ୍ତଙ୍କୁ ଥଣ୍ଡା ପାନୀୟ ଜଳ ଯୋଗାଇବାରେ ଉକ୍ତ ପ୍ରକଳ୍ପ ବେଶ ସହାୟକ ହେବ । ଏହି ଅବସରରେ ବିଧାୟକ ଶ୍ରୀଯୁକ୍ତ ବେହେରା ଗ୍ରାମବାସୀଙ୍କ ସହିତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ ।