Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଗାମୀ ୭ ଦିନ କେମିତି ରହିବ ପାଣିପାଗ

ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର

ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର । ଏହିସବୁ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁଲାଇ ୧୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଜୁଲାଇ ୨୦ ତାରିଖ ପାଇଁ ମଧ୍ୟ ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ମାଲକାନଗିରି ଓ ଗଞ୍ଜାମ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁଲାଇ ୨୧ ତାରିଖ ପାଇଁ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ସେହିପରି ଜୁଲାଇ ୨୨ ତାରିଖ ପାଇଁ ମଧ୍ୟ ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଏପଟେ ଜୁଲାଇ ୨୩ ଓ ୨୪ ତାରିଖରେ ସାରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଜୁଲାଇ ୨୫ରୁ ୨୭ ତାରିଖ ତାରିଖ ଯାଏଁ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରାଯାଇଛି ।