ରାଷ୍ଟ୍ର ନିର୍ମାର୍ଣ ରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର :ଝିଅ ମାନେ ସାହସୀ ହୁଅ, ଶାରୀରିକ ଶ୍ରମ କୁ ମର୍ଯ୍ୟାଦା ଦିଅ


ସମ୍ବଲପୁର, ତା ୨୦.୭:ପୂର୍ବାହ୍ନ ରେ ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ର ନିଜସ୍ୱ ପ୍ରେକ୍ଷାଳୟ ରେ ୨୦୨୫ ବର୍ଷ ପାଇଁ ରାଷ୍ଟ୍ର ନିର୍ମାର୍ଣ ରେ ଯୁବ ପ୍ରସ୍ତୁତି ପ୍ରଶିକ୍ଷଣ ଶିବିର ର ତ୍ରୟୋଦଶ ସପ୍ତାହ ର ଶିକ୍ଷାଦାନ ଅନୁଷ୍ଠିତ ହୋଇଯାଇଛି।ପୂଜାର୍ଚ୍ଚନା ଓ ପ୍ରାର୍ଥନା ପରେ ପ୍ରଥମ ଅଧିବେଶନ ନୈତିକ ଶିକ୍ଷା ଆଧାରରେ ଲିଙ୍ଗଗତ ବୈଷମତା ଉପରେ ଆଲୋକପାତ କରି ସାମ୍ବାଦିକା ସୁଶ୍ରୀ ଗାର୍ଗୀ ଶଥପଥି ପୁରୁଷ ପ୍ରଧାନ ସମାଜ ରେ ପୁରୁଷ ଓ ସ୍ତ୍ରୀ ମଧ୍ୟରେ ପୁରାଣ ଯୁଗ ରୁ ରହିଥିବା ବୈଷମତା ସବୁ ବିଭିନ୍ନ ଉଦାହରଣ ସହ ବୁଝେଇ ବର୍ତ୍ତମାନ ମଧ୍ୟ ଏହା ଆମ ସମାଜ ରେ ପ୍ରଚଳିତ ଥିବା କହି ଏ କୁ ପ୍ରଥା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବାକୁ ବୁଝେଇ ଅତୀତ ର ଅନେକ ନାରୀ ନେତ୍ରୀ ଙ୍କ ଜୀବନୀ ଉପରେ ଆଲୋଚନା କରି ବିଶେଷ କରି ଝିଅ ମାନେ ନିଜେ ସ୍ୱାବଲମ୍ବୀ ଓ ସାହସୀ ହେବାକୁ ଆହ୍ୱାନ ଦେଇ ଥିଲେ।
ଦ୍ଵିତୀୟ ଅଧିବେଶନ ରେ ଶ୍ରମ ର ମହତ୍ୱ ଉପରେ ଆଲୋଚନା ଆରମ୍ଭ କରି ସମାଜ ସେବୀ ତଥା ଶ୍ରମିକ ନେତା ସରୋଜ ମହାନ୍ତି ଘରେ ମା ର ଶ୍ରମ ଠାରୁ ଆମ ଦୈନ ଦିନ ଜୀବନ ରେ ବ୍ୟବହୃତ ଖାଦ୍ୟ ଵସ୍ତ୍ର ଓ ବିଭିନ୍ନ ପଦାର୍ଥ,ଆମ ପାଖରେ ପହଞ୍ଚିବାରେ ପରୋକ୍ଷ ରେ ଶ୍ରମିକ ର ଶ୍ରମ ଓତଃପ୍ରୋତ ଭାବେ ଜଡ଼ିତ ଥିବା ବିଭିନ୍ନ ଉଦାହରଣ ସହ ବୁଝେଇ ଶ୍ରମ ର ବର୍ଗିକରଣ ଉପରେ ଆଲୋଚନା କରି ଶ୍ରମିକ ବିନା ଆମର ସମଗ୍ର ବ୍ୟବସ୍ଥା ଠପ ହୋଇଯିବ କିନ୍ତୁ ଆମେ ଶ୍ରମିକ ର ଶ୍ରମ କୁ ଉଚିତ ମୂଲ୍ୟ ଦେଉନଥିବା କହି,ପିଲାଙ୍କୁ ପରିଶ୍ରମୀ ହେବାକୁ ଆହ୍ୱାନ ଦେଇ ଶ୍ରମିକ ଓ ଶାରିରୀକ ଶ୍ରମ କୁ ମହତ୍ୱ ଓ ସମ୍ମାନ ଦେବାକୁ ବୁଝେଇଥିଲେ।
କାର୍ଯ୍ୟକ୍ରମ ର ସଂଯୋଜକ ରାଜେନ୍ଦ୍ର ପଣ୍ଡା ଆରମ୍ଭରୁ ପିଲାଙ୍କୁ ମୌଳିକ ଇଂରାଜୀ ଶିକ୍ଷାପ୍ରଦାନ ସହ ସମସ୍ତ କର୍ୟ୍ୟକ୍ରମ କୁ ପରିଚାଳନା କରିଥିଲେ।ଆଜି ର କାର୍ଯ୍ୟକ୍ରମ ରେ ପ୍ରଶିକ୍ଷାର୍ଥୀ ମାନ ଙ୍କ ମଧ୍ୟରୁ ସୋନାଲି,ସିଦ୍ଧାର୍ଥ,ଗୌରବ ,ପୂଜାରଣୀ, ଆଶୁତୋଷ,ଫତିମା,ମୋନାଲିସା,ସାକ୍ଷୀ, ନିଳେନ୍ଦ୍ରୀ, ସୋନୁ, ସୌରଭ,ଓ ଅଭିଜ୍ଞାନ ପ୍ରମୁଖ ଆଲୋଚନା ରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ। ବିଶିଷ୍ଟ ବ୍ୟକ୍ତି ଭାବେ ଡ଼,ଗିରିଧାରୀ ହୋତା, ଅର୍ଜୁନ ପଣ୍ଡା,ଉଦିତ ପାଟଯୋଶୀ, ଓ ପୃଥିବାରାଜ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ବିଜୟ ସାହୁ ବୈଷୟିକ ସହାୟତା ଦେଇଥିଲେ।
ଏହି କାର୍ଯ୍ୟକ୍ରମ ରେ ୧୮ ଟି ବିଦ୍ୟାଳୟ ରୁ ୪୮ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.