Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ; ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ତାତି ଓ ଅସମ୍ଭାଳ ଗୁଳୁଗୁଳିରେ ଛଟପଟ ରାଜ୍ୟବାସୀ। ଏହାକୁ ଦୃଷ୍ଟିରେ ରଖି ଆଜି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଅନୁଗୁଳ, ଦେବଗଡ଼, ବୌଦ୍ଧ ଓ ବଲାଙ୍ଗିର। ଆଜି ଓ ଆସନ୍ତାକାଲି ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

ଗତକାଲି ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୪. ୪ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ଟିଟଲାଗଡରେ ତାପମାତ୍ରା ୪୪ ଡିଗ୍ରୀ ରହିଥିଲା । ଭୁବନେଶ୍ୱର ୩୮.୪ ଓ କଟକରେ ୩୭. ୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା ।