ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ


ପୁରୀ: ଆଜି ଶ୍ରୀଜିଉଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ସେଥିପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ ଏହା ପରେ ଅନ୍ୟାନ୍ୟ ନୀତିକାନ୍ତି ଅନୁଷ୍ଠିତ ହେବ।

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।