ପାରଳାଖେମୁଣ୍ଡି:୨୯/୭(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଅମେଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା,ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଓ ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଅମେଡ଼ା ଗ୍ରାମ ପଞ୍ଚାୟତ ସମେତ ଲୋବା, ଏଙ୍ଗାରସିଂ ଓ ପୋତ୍ତାର ଏପଞ୍ଚାୟତର ସମୁଦାୟ ମୋଟ-୪୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୧୯ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା- ୨୯ ଗୋଟି ଅଭିଯୋଗ ଆସିଥିଲା , ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ୫ଜଣଙ୍କୁ ବାର୍ଦ୍ଧକ୍ୟ ଭତ୍ତା ପରିଚୟ ପତ୍ର ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସି ନାୟକ, ଉପ-ଅଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରଖ ଆଲ୍ଲୀ,ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସୋନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।
