ସ୍ୱାଧୀନତା ଦିବସ କପ ଫୁଟବଲ ଚମ୍ପିୟାନସିପ : ମୁଣ୍ଡାସାହି ଦଳ ଦିଜୟୀ


ବାଲିଗୁଡା, ତା, ୦୩/୦୮: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂସଦ ଆନୁକୂଲ୍ୟରେ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସର ମଧ୍ୟରେ ୭୯ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଏକ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି l ଦ୍ୱିତୀୟ ଦିନର ଏହି ଉତ୍ସବରେ ସ୍ଥାନୀୟ ଅଞ୍ଚଳ ର ବରିଷ୍ଠ କ୍ରୀଡ଼ାବିତ ମୃତ୍ୟୁଞ୍ଜୟ ପ୍ରଧାନୀ ଓ ରମେଶ କୁମାର ଅମାୟତ ଅତିଥି ଭାବେ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଦୁଇ ଦଳର ଖେଳାଳି ମାନଙ୍କ ସହ ପରିଚିତ ହୋଇଥିଲେ l ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ସଂସଦର ସମ୍ପାଦକ ଡ଼. ସୁଶାନ୍ତ କୁମାର ଦାସ, ଦେବବ୍ରତ ସିଂ ଦେଓ, ଏଲିଆସ ଦିଗାଳ ପ୍ରମୁଖ ଉପସ୍ଥିତ ଥିଲେ l ଦ୍ୱିତୀୟ ଦିନର ଖେଳରେ ମୁଣ୍ଡାସାହି ଏଫ ସି ଦଳ ସହ ଡିଜିଡି କ୍ଲବ ଦଳ ର ବହୁ ସଙ୍ଘର୍ଷ ମୟ ଖେଳରେ ୧-୦ ଗୋଲରେ ମୁଣ୍ଡାସାହି ଏଫ ସି ଦଳ ବିଜୟୀ ହୋଇଥିଲେ l ଏହି ଖେଳରେ ବାବୁ ଭାଇ, ତ୍ରିନାଥ ମଳିକ, ଦେବୀ ରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଏଥିରେ ୧୨ଟି ଦଳ ଅଂଶ ଗ୍ରହଣ କରୁଥିବା ବେଳେ ଏହାର ଫାଇନାଲ ଖେଳ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ହୋଇ ବିଜେତା ଙ୍କୁ ପ୍ୟାରେଡ ଉତ୍ସବ ରେ ପୁରସ୍କୃତ କରାଯିବ ବୋଲି ସଂସଦ ପକ୍ଷରୁ କୁହାଯାଇଛି l