Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କ ବୟସ ୭୦ ବର୍ଷ ହୋଇଥିଲା।

ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାର ରାଜପରିବାରର ଜଣେ ସଦସ୍ୟ ସୂଚନା ଦେଇଛନ୍ତି ଯେ ସେ ଗତ କିଛି ଦିନ ଧରି ହୃଦରୋଗ ଜନିତ ରୋଗରେ ଚିକିତ୍ସିତ ହେଉଥିଲେ ଏବଂ ରାତି ପ୍ରାୟ ୧୨.୩୦ ସମୟରେ ତାଙ୍କର ଦେହାନ୍ତ ହୋଇଥିଲା।

ତେବେ ଏନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି, ଓଡ଼ିଶା ସରକାରରେ ପୂର୍ବତନ ମନ୍ତ୍ରୀ ତଥା ବିଧାନସଭାର ପୂର୍ବତନ ଉପବାଚସ୍ପତି ବିଭୁତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ