Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ଜନ୍ମାଷ୍ଟମୀ…

ନୂଆଦିଲ୍ଲୀ: ପବିତ୍ର ଜନ୍ମାଷ୍ଟମୀ ତଥା ମହାପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ। ଏଥିପାଇଁ ସାରା ଦେଶରେ କୃଷ୍ଣମୟ ପରିବେଶ। ମଥୁରା ଓ ବୃନ୍ଦାବନରେ ଭକ୍ତିମୟ ପରିବେଶରେ ମହାପ୍ରଭୁଙ୍କ ଆବାହନ କରାଯିବ।

ଭାଦ୍ରବ ମାସ କୃଷ୍ଣପକ୍ଷ ସପ୍ତମୀ ଯୁକ୍ତ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ। ଏହି ତିଥିରେ ଆଜି ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ। ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ବଡ଼ଦେଉଳ ପରମ୍ପରା ଅନୁସାରେ ପାଳନ ହେବ ଜନ୍ମାଷ୍ଟମୀ ନୀତି। ଏଣୁ ଶୁକ୍ରବାର ସନ୍ଧ୍ୟା ୭ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଠାକୁରଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ ହୋଇଛି ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରା ନଗରୀ । ଉତ୍ତରପ୍ରଦେଶ ମଥୁରା ସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିରରେ ଭବ୍ୟ ଆୟୋଜନ ହୋଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ