Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକୃଷ୍ଣନ ଏନଡିଏ ତରଫରୁ ଉପରାଷ୍ଟ୍ରପତି ପ୍ରାର୍ଥୀ

ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକୃଷ୍ଣନଙ୍କୁ ଏନଡିଏ ତରଫରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ରବିବାର ବିଜେପି ସଂସଦୀୟ ଦଳ ବୈଠକରେ ତାଙ୍କ ନାମ ଘୋଷଣା କରାଯାଇଛି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା କହିଛନ୍ତି କି, ସିପି ରାଧାକୃଷ୍ଣନ ଏବେ ମହାରାଷ୍ଟ୍ରର ରାଜ୍ୟପାଳ ଅଛନ୍ତି । ଏହା ପୂର୍ବରୁ ସେ ଝାଡ଼ଖଣ୍ଡର ବି ରାଜ୍ୟପାଳ ଥିଲେ । ସେ ୪୦ ବର୍ଷ ଧରି ରାଜନୀତିରେ ରହିଛନ୍ତି । ଏହାସହ ସେ ୨ ଥର ସାଂସଦ ଭାବେ ମଧ୍ୟ ନିର୍ବାଚିତ ହୋଇଛନ୍ତି । ସିିପି ରାଧାକୃଷ୍ଣନ ୨୦୦୪-୨୦୦୭ ପର୍ଯ୍ୟନ୍ତ ତାମିଲନାଡୁ ବିଜେପିର ଅଧ୍ୟକ୍ଷ ଥିଲେ ।

ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରିଛି । ହେଲେ ବିରୋଧୀ ଇଣ୍ଡିଆ ମେଣ୍ଟ ତରଫରୁ ଏନେଇ କୌଣସି ସ୍ପଷ୍ଟ ଚିତ୍ର ଦେଖିବାକୁ ମିଳିନାହିଁ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ