Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଜି ସନ୍ଧ୍ୟା ୬ରୁ ରାତି ୧୦ ଯାଏ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ: ଆଜି ୪ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଲାଗି ବନ୍ଦ ରହିବ ଶ୍ରୀମନ୍ଦିରରେ ଜଗା ଦର୍ଶନ। ଆଜି ମହାପ୍ରଭୁଙ୍କ ସ୍ବତନ୍ତ୍ର ବନକଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ୪ ଘଣ୍ଟା କାଳ ବନ୍ଦ ରହିବ ଦର୍ଶନ। ଏହା ମହାପ୍ରଭୁଙ୍କ ଏକ ଗୁପ୍ତ ନୀତି। ରୀତିନୀତି ଅନୁଯାୟୀ ଏହାକୁ ପାଳନ କରାଯିବା ଉଚିତ। ରତ୍ନବେଦୀରେ ଏହି ଗୁପ୍ତ ନୀତି ସମ୍ପନ୍ନ ହେବ।

ବନକଲାଗି ନୀତି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଦତ୍ତ ମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯିବ । ଏହି ଅନନ୍ୟ ନୀତି ସରିବା ପରେ ମହାପ୍ରଭୁଙ୍କର ମହାସ୍ନାନ ହୋଇ ଦର୍ଶନ ଆରମ୍ଭ ହେବାର ବିଧି ରହିଛି।