ବୀରମହାରାଜପୁର :
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ଦୁର୍ଜନତୈଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୫୦ ( ଏକ ଶହ ପଚାଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୨୩ ( ଏକ ଶହ ତେଇଶି ) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୭ ( ସତେଇଶ) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୧୦( ଦଶ) ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା । ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ବିଡ଼ିଓ, ବୀରମହାରାଜପୁର, ଶ୍ରୀ ପୁରୁଷୋତ୍ତମ ଧାରୁଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ – ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ସୁରେନ୍ଦ୍ର ମେହେରଙ୍କ ସମେତ ତହସିଲଦାର, ବୀରମହାରାଜପୁର ତଥା ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।
ଦୁର୍ଜନତୈଲା ପଞ୍ଚାୟତ ରେ ବୀରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
