Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜିଲ୍ଲାସ୍ତରୀୟ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୭/୮(ଗରୁଡ ଧ୍ଵଜ ଚୌଧୁରୀ) ଜିଲ୍ଲାସ୍ତରୀୟ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ରବି ୨୦୨୫-୨୬ର ସିଏମ୍ କିଷାନ ସହାୟତା ରାଶି ପ୍ରଦାନ କାର୍ଯ୍ୟକ୍ରମ କୃଷି ଓ କୃଷକ ସଶକ୍ତି କରଣ ବିଭାଗ ତରଫରୁ ଆଜି ସ୍ଥାନୀୟ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ବିଭୂତି ଭୂଷଣ ଜେନା, ବାଣିଜ୍ୟ,ପରିବହନ, ଇସ୍ପାତ୍ ଓ ଖଣି ବିଭାଗ,ଓଡ଼ିଶା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ,ମାନ୍ୟବର ବିଧାୟକ ମୋହନା, ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା, ଆରକ୍ଷୀ ଅଧିକ୍ଷକ ଗଜପତି,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିନ୍ଧ୍ର ହନେଗା ଓ ଶ୍ରୀ ଫାଲଗୁନୀ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀଯୁକ୍ତ ରବୀନ୍ଦ୍ର କୁମାର ଆଡେକ୍ ଓ ସ୍ଥାନୀୟ କୃଷକ ଶ୍ରୀ ସିମାଦ୍ରି ଜେନା ପ୍ରମୁଖ ମଞ୍ଚାସିନ ଥିଲେ।
ଓଡ଼ିଶା ସରକାର ୨୦୨୪ ରୁ ମୁଖ୍ୟମନ୍ତ୍ରୀ କୃଷକ ସାହାୟତା ଯୋଜନା ସିଏମ କିଷାନ ଆରମ୍ଭ ହୋଇଛି I ଏହି ଯୋଜନା କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ପିମ୍ କିଷାନ ସହିତ ସମନ୍ୱୟରେ କାର୍ଯ୍ୟକାରୀ ହେଉଅଛି । ଜିଲ୍ଲାର ଚାଷୀମାନଙ୍କୁ ଆୟ ସହାୟତା ଛୋଟ ଏବଂ ନାମମାତ୍ର କୃଷକଙ୍କୁ ସିଧାସଳଖ ଆର୍ଥିକ ସହାୟତା ଯୋଗାଇବା ,ସେହିପରି ପୋଷଣ ସୁରକ୍ଷା ଯୋଜନାରେ କୃଷକ ପରିବାରରେ ଖାଦ୍ୟ ଓ ମୂଳ ଆବଶ୍ୟକତା ପୂରଣ କରିବା, କୃଷିର ଉନ୍ନତି ନିମନ୍ତେ ଉନ୍ନତ ବିହନ, ସାର, ଓ ଭଲ କୃଷି ପ୍ରକ୍ରିୟାରେ ପୁଞ୍ଜିନିବେଶକୁ ପ୍ରୋତ୍ସାହନ ଦେବା।
ସେହିପରି ସାମାଜିକ ସୁରକ୍ଷା ଭୂମିହୀନ କୃଷିକ ମାନଙ୍କୁ ଓ ଆର୍ଥିକ ସହାୟତା ରାଶି ପ୍ରଦାନ ଓ ଦାରିଦ୍ରତା ହ୍ରାସ କରିବା ଗ୍ରାମୀଣ ଅଞ୍ଚଳରେ ଦୁର୍ବଳ କୃଷକମାନଙ୍କୁ ଆର୍ଥିକ ଲାଭ ଦେଇ ଉନ୍ନ‌ତ କରିବାର ଲକ୍ଷ ରହିଅଛି। ଜିଲ୍ଲାର କୃଷକ ମାନଙ୍କୁ ପିଏମ୍ କିଷାନ୍ ଯୋଜନା ଅନୁସାରେ କୃଷକମାନଙ୍କୁ ବର୍ଷକୁ ୬ ହଜାର ଟଙ୍କା ଦିଆଯାଉଛି। ସେହିପରି ରାଜ୍ୟରେ ସିଏମ କିଷାନ୍ ସହାୟତା ଦ୍ବାରା ଛୋଟ ଏବଂ ନାମମାତ୍ର କୃଷକଙ୍କୁ ୪ ହଜାର ଟଙ୍କା ପ୍ରତିବର୍ଷ ସହାୟତା ରାଶି ପ୍ରଦାନ କରାଯାଉଛି। ଏହି ସହାୟତା ରାଶି କୃଷକମାନଙ୍କୁ Direct Benefit Transfer (DBT) ମାଧ୍ୟମରେ ବ୍ୟାଙ୍କ ଖାତାକୁ ସିଧସଳଖ ସହାୟତା ରାଶି ପ୍ରଦାନ କରାଯାଇଛି। ସିଏମ କିଷାନ ଯୋଜନାରେ ହସ୍ତାନ୍ତର ହେଉଥିବା ଏହି ସହାୟତା ରାଶି ଚାଷୀ ମାନଙ୍କୁ ଅତ୍ୟାବଶ୍ୟକୀୟ କୃଷି ସମାଗ୍ରୀ ଯଥା ବିହନ, ସାର, କୀଟନାଶକ ଇତ୍ୟାଦି ଆବଶ୍ୟକତା ଅନୁଯାୟୀ କିଣିବାରେ ନିଶ୍ଚିତ ରୂପେ ସହାୟତା କରିବ। ସେହିପରି ଗଜପତି ଜିଲ୍ଲାରେ ୨୦୨୫-୨୬ ରବି ସିଏମ କିଷାନ୍ ଯୋଜନାରୁ ମୋଟ ଟ.୧୩,୧୯,୦୨,୬୦୦/- ସହାୟତା ରାଶି ଜିଲ୍ଲାର ଚାଷୀ ମାନଙ୍କୁ ପ୍ରଦାନ କରାଯାଇଛି। ସେହିପରି ଜିଲ୍ଲାର ସମସ୍ତ ଚାଷୀଙ୍କ ସମସ୍ୟା ତୁରନ୍ତ ସମାଧାନ କରିବା ଓ ଚାଷୀମାନଙ୍କ ପାଇଁ ପ୍ରକଳ୍ପ ପ୍ରସ୍ତୁତ କରିବେ କର୍ମଚାରୀ, ଠିକ ପରିମାଣରେ ସାର ଉଠାଇବେ ଓ ସାର କଳାବଜାରୀ ବିକ୍ରିକୁ ନଜର ରଖିବାକୁ ଜିଲ୍ଲା ପ୍ରଶାସନ ତଦାରଖ କରିବାପାଇଁ ମାନ୍ୟବର ମନ୍ତ୍ରୀ କହିଛନ୍ତି। ସେହିପରି ଜଳସେଚନ ପ୍ରକଳ୍ପ ଉପରେ କାର୍ଯ୍ୟ କ୍ଷମ କରାଇବା ପାଇଁ ପରାମର୍ଶ ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ଉପ ନିର୍ଦ୍ଦେଶକ ଉଦ୍ୟାନ ବିଭାଗ ଶ୍ରୀ ସୁଶାନ୍ତ ରଞ୍ଜନ ଦାସ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ନିର୍ଦ୍ଦେଶକ ଜଳ ବିଭାଜିକା ଶ୍ରୀ ସୁରେଶ ପଟ୍ଟନାୟକ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ , କୃଷକ ଭାଇ ଭଉଣୀ ଓ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲା କୃଷୀ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ପ୍ରିୟଦର୍ଶିନୀ ଆନୁଷ୍ଠାନିକ ଭାବେ ଧନ୍ୟବାଦ୍ ଅର୍ପଣ କରିଥିଲେ। ପରେ ପରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ସିଧା ପ୍ରସାରଣ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ଗଜପତି ଜିଲ୍ଲା ବିଜେଡି ସଭାପତିଙ୍କ ପୁତ୍ର ଅନୁରୂପ ନାୟକଙ୍କ ଅକାଳ ବିୟୋଗରେ ସାରା ପାରଳା ସହରରେ ଶୋକର ଛାୟା l ପାରଳାଖେମୁଣ୍ଡି:୪/୧୦(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ବିଜେଡି ଜିଲ୍ଲା ସଭାପତି ପ୍ରଦୀପ ନାୟକ’ଙ୍କ ସାନ ପୁଅ ଅନୁରୂପ ନାୟକ’ଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସହରରେ ଗଭୀର ଶୋକର ଛାୟା ଖେଳିଯାଇଛି।ଅନୁରୂପଙ୍କ ବିୟୋଗର ଖବର ଯେପରି ପରିବାର ଓ ଆତ୍ମୀୟ-ସ୍ୱଜନଙ୍କ ପାଇଁ ଏକ ବଡ଼ ଆଘାତ ହୋଇଛି, ସେହିପରି ତାଙ୍କୁ ଜାଣିଥିବା ବନ୍ଧୁ, ଶୁଭେଚ୍ଛୁ ଓ ସହରବାସୀଙ୍କ ମଧ୍ୟରେ ମଧ୍ୟ ଗଭୀର ଦୁଃଖ ପ୍ରକାଶ ପାଇଛି। ହସମୁଖ ଚେହେରା, ସରଳ ବ୍ୟବହାର, ମିଷ୍ଟଭାଷୀ ସ୍ୱଭାବ ଓ ସମସ୍ତଙ୍କ ସହ ମିଶି ଚଳିବାର ଗୁଣ ପାଇଁ ଅନୁରୂପ ସ୍ଥାନୀୟ ଅଞ୍ଚଳରେ ଏକ ଆପଣାର ମଣିଷ ଭାବେ ପରିଚିତ ଥିଲେ।ତାଙ୍କ ଅକାଳ ବିୟୋଗର ଖବର ପାଇବା ପରେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ, ବରିଷ୍ଠ ସାମ୍ବାଦିକ ଡିଜେନ ପାଢ଼ୀ, ସାମ୍ବାଦିକ ସରୋଜ ବିରୋ, ସାମ୍ବାଦିକ ସନ୍ତୋଷ ପଟ୍ଟନାୟକ, ସାମ୍ବାଦିକ କୃଷ୍ଣ କୁମାର ବେହେରାଙ୍କ ସମେତ ବହୁ ରାଜନୈତିକ, ସାମାଜିକ ଓ ସାମ୍ବାଦିକ ମହଲର ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାର ନିକଟରେ ପହଞ୍ଚି ସମବେଦନା ଜଣାଇଥିଲେ।ଅନୁରୂପଙ୍କ ଶେଷ ଦର୍ଶନ ପାଇଁ ବନ୍ଧୁ, ଆତ୍ମୀୟ, ପରିଚିତ ଓ ଶୁଭେଚ୍ଛୁଙ୍କ ସହ ହଜାର ହଜାର ଲୋକ ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜଣାଇବା ପାଇଁ ଏକତ୍ରିତ ହୋଇଥିଲେ। ଅନେକଙ୍କ ଆଖିରେ ଲୁହ ଓ ମନରେ ଅବ୍ୟକ୍ତ ବେଦନା ଦେଖିବାକୁ ମିଳିଥିଲା।ପରିଚିତ ମାନେ କହିଛନ୍ତି, ଅନୁରୂପଙ୍କ ବ୍ୟବହାରରେ କେବେ ଅହଂକାର ଦେଖିବାକୁ ମିଳୁନଥିଲା। ସମସ୍ତଙ୍କ ସହ ହସିକଥା ହେବା, ଆବଶ୍ୟକ ସମୟରେ ପାଖରେ ଠିଆ ହେବା ଏବଂ ଛୋଟବଡ଼ ସମସ୍ତଙ୍କୁ ଆପଣାର କରିନେବା ତାଙ୍କ ବ୍ୟକ୍ତିତ୍ୱର ଅନ୍ୟତମ ବିଶେଷତା ଥିଲା। ତେଣୁ ତାଙ୍କ ହଠାତ୍ ବିଦାୟକୁ ଅନେକେ ସହଜରେ ଗ୍ରହଣ କରିପାରୁନାହାନ୍ତି।ବହୁ ବନ୍ଧୁ, ଶୁଭେଚ୍ଛୁ ଓ ସ୍ଥାନୀୟ ବ୍ୟକ୍ତିବିଶେଷ ଶୋକସନ୍ତପ୍ତ ପରିବାରକୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ଏପରି ଜଣେ ମିଷ୍ଟଭାଷୀ ଓ ମେଳାପୀ ଯୁବକଙ୍କ ଅକାଳ ବିୟୋଗ ପରିବାର ସହ ସମଗ୍ର ସହର ପାଇଁ ମଧ୍ୟ ଏକ ଅପୂରଣୀୟ କ୍ଷତି ବୋଲି ଅନେକେ ମତ ପ୍ରକାଶ କରିଛନ୍ତି।ଅନୁରୂପଙ୍କ ଅନ୍ତିମ ଯାତ୍ରାରେ ମଧ୍ୟ ବହୁ ସଂଖ୍ୟକ ବନ୍ଧୁ, ଆତ୍ମୀୟ, ଶୁଭେଚ୍ଛୁ ଓ ସହରବାସୀ ସାମିଲ ହୋଇ ମହେନ୍ଦ୍ର ତନୟା ନଦୀ କୂଳରେ ଥିବା ସ୍ଵର୍ଗଦ୍ଵାର ଶ୍ମଶାନ ଘାଟରେ ତାଙ୍କୁ ଶେଷ ବିଦାୟ ଜଣାଇଥିଲେ। ଏହି ସମୟରେ ସୃଷ୍ଟି ହୋଇଥିବା ଶୋକାକୁଳ ପରିବେଶ ସମସ୍ତଙ୍କୁ ଭାବବିହ୍ୱଳ କରିଦେଇଥିଲା।ଅନୁରୂପ ନାୟକଙ୍କ ବିୟୋଗରେ ପରିବାର ଯେଉଁ ଅପୂରଣୀୟ ଶୂନ୍ୟତାର ସମ୍ମୁଖୀନ ହୋଇଛି, ତାହା କେବେ ପୂରଣ ହେବ ନାହିଁ ବୋଲି ଶୋକାକୁଳ ମହଲରେ ଆଲୋଚନା ହେଉଛି। ଏହି ଦୁଃଖଦ ସମୟରେ ଭଗବାନ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଏହି ଅସୀମ ବେଦନା ସହିବାକୁ ଶକ୍ତି ପ୍ରଦାନ କରନ୍ତୁ ବୋଲି ସମସ୍ତେ ପ୍ରାର୍ଥନା କରିଛନ୍ତି।ଦିବଙ୍ଗତ ଅନୁରୂପ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରି ସହରବାସୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।