Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା।

କଳାହାଣ୍ଡି:କଳାହାଣ୍ଡି ଜିଲ୍ଲା କୋକସରା ବ୍ଳକ ଗୋଷ୍ଠି ଶିକ୍ଷା ବିଭାଗ ଅନ୍ତର୍ଗତ ତେନ୍ତୁଳିପଦର ପ୍ରାଥମିକ ବିଦ୍ୟାଳୟ ରେ ଦୀର୍ଘ ବର୍ଷ ଧରି କାର୍ଯ୍ୟରତ ପ୍ରଧାନ ଶିକ୍ଷକତ୍ରିନାଥ ନାଗ ତାଙ୍କ ଚାକିରୀ କାର୍ଯ୍ୟକାଳରୁ ରବିବାର ଅବସର ଗ୍ରହଣ ନେଇଛନ୍ତି। ଆଜି ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ରେ ସଭାପତି ଶିକ୍ଷକ ଜୟନ୍ତ କୁମାର ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସଵରେ ମୁଖ୍ୟ ଅତିଥି ଭାବେ ବ୍ଲକ ଗୋଷ୍ଠି ଅତିରିକ୍ତ ଶିକ୍ଷା ଅଧିକାରୀ ତୋଫାନ ମାଝୀ, ମୁଖ୍ୟ ବକ୍ତା ଭାବେ ନୋଡାଲ ସିଆରସିସି ବୈକୁଣ୍ଠ ଜାଲ, ସମ୍ମାନିତ ଅତିଥି ଭାବେ ବରିଷ୍ଠ ଶିକ୍ଷକ ସଞ୍ଜୀବ କୁମାର ପାଢୀ, ସିଆରସିସି ଲଡୁଗାଁ ଫାଲଗୁନି ବାଣୁଆ, ସଭାପତି ଏନପିଏସ ସି ଏମ ପୁଝାରି, ଏକ୍ସ କେଡର ଶିକ୍ଷକ ସଂଘ ସଭାପତି ଗଗନ ବିହାରୀ ପଟ୍ଟନାୟକ, ଶିକ୍ଷକ ଚନ୍ଦ୍ରମଣି ବେମାଲ,ଉମେଶ ଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହି ଶିକ୍ଷକତା ଜୀବନରେ ଛାତ୍ରଛାତ୍ରୀଙ୍କ ପ୍ରତି ରହିଥିବା ଭଲ ପାଇବା, ସହକର୍ମୀଙ୍କ ସହ ଉତ୍ତମ ସମ୍ପର୍କ ଜଣେ କର୍ତ୍ତବ୍ୟନିଷ୍ଠ ଶିକ୍ଷକ ଭାବେ ସେ ତାଙ୍କ କର୍ମମୟ ଜୀବନର ସମସ୍ତ ଦାୟିତ୍ୱ ସୁଚାରୁ ରୁପେ ତୁଲାଇବା ସହ ବିଦ୍ୟାଳୟ ପାଇଁ ତାଙ୍କର ଅବଦାନ ସବୁବେଳେ ସ୍ମରଣୀୟ ହୋଇ ରହିବ ବୋଲି ଅତିଥି ମାନେ କହିଥିଲେ । ଏହି ଅବସରରେ ଶିକ୍ଷକ ଈଶ୍ୱରୀ କୁମାର ଅଗସ୍ତି ମାନପତ୍ର ପଠନ କରିଥିବା ବେଳେ ଶିକ୍ଷକ ଚିତ୍ତରଞ୍ଜନ ମହାନ୍ତି ମଞ୍ଚ ପରିଚାଳନା କରିଥିଲେ। ଅବସରପ୍ରାପ୍ତ ଶିକ୍ଷକଙ୍କୁ ଉପଢ଼ୌକନ ଓ ମାନପତ୍ର ଦେଇ ଅତିଥି ମାନେ ସମ୍ବର୍ଦ୍ଧିତ କରିଥିଲେ । ତାଙ୍କର ଅବସର ଜୀବନ ସୁସ୍ଥ ଓ ନିରାମୟ ହେଉ ବୋଲି କାମନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ