Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୋକସରା ବ୍ଲକ ରୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୪ (କ୍ରୀଡା) ପାଇଁ ଅମିତ ମହାନ୍ତି ମନୋନୀତ।

କଳାହାଣ୍ଡି,୦୧/୦୯
କଳାହାଣ୍ଡି ଜିଲ୍ଲା ରୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର(କ୍ରୀଡା) କ୍ଷେତ୍ରରେ ପାଇବା ପାଇଁ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଜବାହାର ଉଚ୍ଚ ବିଦ୍ୟାଳୟ ର କ୍ରୀଡା ଶିକ୍ଷକ ଅମିତ କୁମାର ମହାନ୍ତି ମନୋନୀତ ହୋଇଥିବା ଜଣାପଡିଛି। କୋକସରା ବ୍ଲକ ଜବାହାର ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ଓ ରାଜ୍ୟ ସ୍ତରରେ ଉଲ୍ଲେଖଯୋଗ୍ୟ ସଫଳତା ପାଇଁ ଜବାହାର ଉଚ୍ଚ ବିଦ୍ୟାଳୟ ର କ୍ରୀଡା ଶିକ୍ଷକ ଅମିତ କୁମାର ମହାନ୍ତି ଙ୍କୁ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର (କ୍ରୀଡା ବିଭାଗ) ପାଇଁ ମନୋନୀତ କରାଯାଇଛି। ଜବାହର ଉଚ୍ଚ ବିଦ୍ୟାଳୟ ରେ କାର୍ଯ୍ୟରତ ଶିକ୍ଷକ ଶ୍ରୀ ମହାନ୍ତି ଏନସିସି ସ୍କାଉଟ ଓ ବିଭିନ୍ନ କ୍ରୀଡା କ୍ଷେତ୍ରରେ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ତଥା ରାଜ୍ୟ ରେ ଖେଳିବାରେ ପ୍ରଶିକ୍ଷଣ ଦେଇ କୋକସରା ବ୍ଲକ ରେ କ୍ରୀଡା କ୍ଷେତ୍ରରେ ଛାତ୍ରଛାତ୍ରୀ ଙ୍କୁ ଆଗକୁ ବଢିବାକୁ ପ୍ରେରଣା ଦେଇ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ମୁଖ୍ୟମନ୍ତ୍ରୀ କ୍ରୀଡା ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି।
ଏହି ଖବର ମିଳିବା ପରେ ବ୍ଲକ ଶିକ୍ଷା ଅଧିକାରୀ ମହେଶ କୁମାର ଭାଟି ସମେତ ଜବାହାର ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁଧୀର କୁମାର ପଣ୍ଡା ଓ ଶିକ୍ଷକ ଶିକ୍ଷୟିତ୍ରୀ ଶୁଭେଚ୍ଛା ଜଣାଇଛନ୍ତି। କୋକସରା ବ୍ଲକ ର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ର କ୍ରୀଡା ଶିକ୍ଷକ ଓ ଛାତ୍ରଛାତ୍ରୀ ମାନେ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ