ଆଜି ଗୁରୁଦିବସ। ଗୁରୁଙ୍କୁ ପୂଜା କରି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାର ଆଜି ଏକ ପବିତ୍ର ଦିନ। ଗୁରୁ-ଶିଷ୍ୟ ପରମ୍ପରାର ଅପୂର୍ବ ନିଦର୍ଶନ ସ୍ବରୂପ ଏହି ଦିବସ ପାଳିତ ହୋଇଆସୁଛି।
ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଆଜି ହେଉଛି ଜନ୍ମ ଦିବସ। ସେପ୍ଟେମ୍ବର ୫କୁ ୧୯୬୨ ମସିହାରୁ ଗୁରୁଦିବସ ଭାବେ ପାଳିତ ହୋଇଆସୁଛି।
ଆମ ଦେଶରେ ପ୍ରତିବର୍ଷ ସେପ୍ଟେମ୍ବର ୫ ତାରିଖକୁ ଗୁରୁ ଦିବସ ଭାବେ ପାଳନ କରାଯାଏ। ଭାରତର ଦ୍ବିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମତିଥିରେ ପାଳିତ ହୁଏ ଗୁରୁ ଦିବସ। ୧୮୮୮ ମସିହା ଆଜିର ଦିନରେ ତାମିଲନାଡ଼ୁର ତିରୁଟ୍ଟନୀ ଗ୍ରାମରେ ସେ ଜନ୍ମ ଗ୍ରହଣ କରିଥିଲେ। ଶିକ୍ଷା ପ୍ରତି ଥିବା ତାଙ୍କ ଅବଦାନକୁ ମନେ ରଖିବା ପାଇଁ ଏହି ଦିବସ ପାଳନ କରାଯାଏ।
୧୯୬୨ ମସିହାରେ ସେ ଭାରତର ଦ୍ବିତୀୟ ରାଷ୍ଟ୍ରପତି ହେଲେ। ସେ ରାଷ୍ଟ୍ରପତି ଥିବା ସମୟରେ ବହୁ ଛାତ୍ରଛାତ୍ରୀ ତାଙ୍କର ଜନ୍ମଦିନ ପାଳନ କରିବାକୁ କହିଥିଲେ। ମାତ୍ର ସେ ସେମାନଙ୍କୁ ନିଜ ଜନ୍ମଦିନ ପାଳିବାକୁ ମନା କରିଥିଲେ। ଜନ୍ମଦିନ ପାଳନ କରିବା ଅପେକ୍ଷା ଏହି ଦିନକୁ ଗୁରୁମାନଙ୍କ ଦିବସ ଭାବେ ପାଳନ କରାଗଲେ, ତାହା ତାଙ୍କ ପାଇଁ ବଡ଼ ସମ୍ମାନ ହେବ ବୋଲି କହିଥିଲେ। ସେବେଠୁ ରାଧାକ୍ରିଷ୍ଣନ୍ଙ୍କ ଜନ୍ମଦିବସକୁ ‘ଗୁରୁ ଦିବସ’ ଭାବେ ପାଳନ ହୋଇ ଆସୁଛି।
ରାଧାକ୍ରିଷ୍ଣନ୍ଙ୍କ କ୍ୟାରିୟର ଶିକ୍ଷକତାରୁ ଆରମ୍ଭ ହୋଇଥିଲା। ଶିକ୍ଷାର ମହତ୍ତ୍ବ ଉପରେ ସଚେତନ କରିବା ଥିଲା ତାଙ୍କ ଜୀବନର ଲକ୍ଷ୍ୟ। ତା’ସହ ଦେଶର ସାକ୍ଷରତା ହାର କିଭଳି ଉପରକୁ ଉଠିବ, ତାହା ଥିଲା ତାଙ୍କର ଅନ୍ୟତମ ଲକ୍ଷ୍ୟ। ସେ ଭାରତୀୟ ଦର୍ଶନ, ଧର୍ମ ଦର୍ଶନରେ ଶିକ୍ଷାଦାନ କରିଥିଲେ। ବେଦ ଉପନିଷଦକୁ ସୁନ୍ଦର ଭାବେ ବ୍ୟାଖ୍ୟା କରୁଥିଲେ। ଶିକ୍ଷା ପ୍ରତି ଥିବା ତାଙ୍କ ଅବଦାନକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଏହି ଦିନ ସ୍କୁଲ, କଲେଜ ତଥା ବିଭିନ୍ନ ଅନୁଷ୍ଠାନରେ ଗୁରୁ ଦିବସ ପାଳନ କରାଯାଏ।