Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନବୀନଙ୍କୁ ଧୃତରାଷ୍ଟ୍ର ଓ ପାଣ୍ଡିଆନଙ୍କୁ ଦୁର୍ଯ୍ୟୋଧନ କହି ଟାର୍ଗେଟ୍ କଲେ ଶ୍ରୀମୟୀ ମିଶ୍ର !

ବିଜେଡି ସୁପ୍ରିମୋଙ୍କୁ ବିଜେଡି ନେତ୍ରୀଙ୍କ ଟାର୍ଗେଟ୍ ! ନବୀନଙ୍କୁ ଟାର୍ଗେଟ୍ କଲେ ଶ୍ରୀମୟୀ ମିଶ୍ର ! ଦ୍ରୌପଦୀଙ୍କ ଅପମାନ ହେଉଥିବା ସଭାରେ ଅଧ୍ୟକ୍ଷତା କରୁଥିଲେ ଧୃତରାଷ୍ଟ୍ର! ନବୀନଙ୍କୁ ଧୃତରାଷ୍ଟ୍ର ଓ ପାଣ୍ଡିଆନଙ୍କୁ ଦୁର୍ଯ୍ୟୋଧନ କହି ଟାର୍ଗେଟ୍ କଲେ ଶ୍ରୀମୟୀ ମିଶ୍ର !

ଶ୍ରୀମୟୀ ମିଶ୍ର ନିଜ ସୋସିଆଲ ମିଡିଆରେ ଲେଖିଛନ୍ତି “ଧୃତରାଷ୍ଟ୍ର, ହସ୍ତିନାପୁରର ରାଜା ଭାବେ, ଦ୍ରୌପଦୀଙ୍କ ଅପମାନ ହେଉଥିବା ସଭାରେ ଅଧ୍ୟକ୍ଷତା କରୁଥିଲେ। ଅନ୍ୟାୟ ବିଷୟରେ ଜାଣି ମଧ୍ୟ ସେ ଏହି ଅପମାନ ରୋକିବାକୁ ଚେଷ୍ଟା କରି ନଥିଲେ। ଧୃତରାଷ୍ଟ୍ରଙ୍କର ତାଙ୍କ ପୁତ୍ରମାନଙ୍କ, ବିଶେଷତଃ ଦୁର୍ଯୋଧନ ପ୍ରତି ଅନ୍ଧ ପ୍ରୀତି, ତାଙ୍କୁ ନୀରବ ରହିବାକୁ ପ୍ରଭାବିତ କରିଥିଲା। କିଛି ଲୋକ #ଧୃତରାଷ୍ଟ୍ର ପରି ଅନ୍ଧ, ଯେଉଁମାନେ ଅନ୍ୟାୟ ରୋକିବାକୁ ପ୍ରକୃତ ପ୍ରୟାସ କରନ୍ତି ନାହିଁ। ଇତିହାସ ଏପରି ଅଯୋଗ୍ୟ ରାଜାଙ୍କୁ କେବେ କ୍ଷମା କରେ ନାହିଁ, କାରଣ ସେମାନଙ୍କର ନୀରବତା ଦୁଃଖଦ ପରିଣାମ ଆଣିଥାଏ।”

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ