୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା ଓ ବରଗଡ ସମେତ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଯାଇଛି।
ଆସନ୍ତା ୨୪ ଘଣ୍ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଆଦି ଜିଲ୍ଲାଗୁଡିକରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।