ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ


ଭୁବନେଶ୍ବର: ଆଜି ବାହାରିବ ମାଟ୍ରିକ୍ ରେଜଲ୍ଟ। ଆଜି ଦିନ ୧୦ଟାରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏ ନେଇ ପୂର୍ବରୁ ସୂଚନା ଦେଇଥିଲେ ବୋର୍ଡ ସଭାପତି। ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀମାନେ ରେଜଲ୍ଟ ଜାଣିପାରିବେ । www.bseodisha.ac.in ୱେବସାଇଟକୁ ଯାଇ ଛାତ୍ରଛାତ୍ରୀମାନେ ସେମାନଙ୍କ ପରୀକ୍ଷା ଫଳ ଜାଣିପାରିବେ । ସେହିପରି ଏସ୍ଏମ୍ଏସ୍ ପାଇଁ ଓଆର୧୦ ଲେଖି ସ୍ପେସ୍ ଦେଇ ରୋଲ୍ ନମ୍ବର ଦେବାକୁ ପଡ଼ିବ ।

ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୭ରେ ଶେଷ ହୋଇଥିଲା। ଏଥର ୫ ଲକ୍ଷ ୪୧ ହଜାର ୨୪୭ ଜଣ ପିଲା ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୩ ହଜାର ୨୧୮ଟି କେନ୍ଦ୍ରରେ ହୋଇଥିଲା ମାଟ୍ରିକ୍ ପରୀକ୍ଷା। ରାଜ୍ୟରେ ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ଏପ୍ରିଲ ୩ରୁ ଆରମ୍ଭ ହୋଇଥିଲା ଛାତ୍ରଛାତ୍ରୀଙ୍କ ଖାତା ମୂଲ୍ୟାୟନ।