Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ; ସିଝିବ ଓଡ଼ିଶା

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏହା ପ୍ରଭାବରେ ଅସମ୍ଭାଳ ତାତିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏହି ଗ୍ରୀଷ୍ମ ପ୍ରବାହ ଆହୁରି ୩ ଦିନ ଜାରି ରହିବ। ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସହରର ତାପମାତ୍ରା ୪୨ଡିଗ୍ରୀ ଉପରେ ରହିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ନୂଆପଡା, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ବରଗଡ, ଅନୁଗୁଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଏବଂ କଳାହାଣ୍ଡିରେ ତାପମାତ୍ରା ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ଉପକୂଳ ଓଡିଶାରେ ଗୁଳୁଗୁଳିର ମାତ୍ରା ଅଧିକ ରହିବ । ପ୍ରବଳ ଖରାକୁ ଦ୍ୟଷଟିରେ ରଖି ସକାଳ ୧୧ଟାରୁ ଅପରାହ୍ଣ ୩ଟା ଯାଏ ସତର୍କ ରହିବାକୁ କହିଛି ପାଣିପାଗ ବିଭାଗ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ