ଡୋନାଲ୍ଡ ଟ୍ରମ୍ପ ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଶୁଳ୍କ ସମ୍ପର୍କିତ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଔଷଧ କ୍ଷେତ୍ର ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଟ୍ରମ୍ପଙ୍କର ଏହି ନିଷ୍ପତ୍ତି ଯୋଗୁଁ ଔଷଧଗୁଡ଼ିକ ଏବେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ ହୋଇଯିବ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ’ରେ ଏକ ପୋଷ୍ଟ ସେୟାର କରି ଟ୍ରମ୍ପ ଏହି ସୂଚନା ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ସେ ଔଷଧ ଉତ୍ପାଦ ଉପରେ ଶୁଳ୍କ ବୃଦ୍ଧି କରାଯାଉଛି। ତେବେ ଟ୍ରମ୍ପଙ୍କ ଏହି ପଦକ୍ଷେପ କାରଣରୁ ପ୍ରମୁଖ ଭାରତୀୟ ଔଷଧ ନିର୍ମାତାମାନଙ୍କ ଉପରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇପାରେ। ଆମେରିକାରେ ଅନେକଗୁଡ଼ିକ ଔଷଧ ନିର୍ମାତା କମ୍ପାନି ଭଲ ବଜାର ସୃଷ୍ଟି କରିପାରିଛନ୍ତି।