Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସ୍ୱାସ୍ଥ୍ୟ ହେଉଛି ମାନବ ଜୀବନର ସମ୍ପଦ ତଥା ପ୍ରତ୍ୟେକ ବ୍ୟକ୍ତିର ଅଧିକାର-ଧର୍ମେନ୍ଦ୍ର ପ୍ରଧାନ

ଦେବେଇପାଲି ଗୋଷ୍ଠୀ ଜନ ସ୍ୱାସ୍ଥ୍ୟ କେନ୍ଦ୍ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ
• ଭିମସାର ବୁର୍ଲାକୁ ବିଶ୍ୱସ୍ତରୀୟ ସୁପର ସ୍ପେଶାଲିଟି ଚିକିତ୍ସାଳୟରେ ରୂପାନ୍ତରଣ ଘୋଷଣା ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟସେବା ପ୍ରତିବଦ୍ଧତାର ପ୍ରତିଫଳନ
• ସମ୍ବଲପୁର ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ଡବଲ ଇଞ୍ଜିନ ସରକାର ପ୍ରତିଶ୍ରୁତିବଦ୍ଧ

ସମ୍ବଲପୁର, ୦୩. ୧୦(ଆନିସ): କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ସମ୍ବଲପୁର ଦେବେଇପାଲି ଠାରେ ‘ନୂତନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର’ର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ‘ଗୋଷ୍ଠୀ ଜନ ସ୍ୱାସ୍ଥ୍ୟ କେନ୍ଦ୍ର’ର ଉଦଘାଟନ କରିଛନ୍ତି ।

ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ସ୍ୱାସ୍ଥ୍ୟ ହେଉଛି ମାନବ ଜୀବନର ସମ୍ପଦ ତଥା ପ୍ରତ୍ୟେକ ବ୍ୟକ୍ତିର ଅଧିକାର । ଲୋକାର୍ପିତ ‘ଗୋଷ୍ଠୀ ଜନ ସ୍ୱାସ୍ଥ୍ୟ କେନ୍ଦ୍ରରେ ଦନ୍ତ ଚିକିତ୍ସା ସହ ଅନ୍ୟାନ୍ୟ ଚିକିତ୍ସାସେବା ସୁବିଧା ରହିଛି । ଏହି କେନ୍ଦ୍ରଗୁଡ଼ିକ ଲୋକଙ୍କୁ ଉନ୍ନତ ଏବଂ ବିଶେଷଜ୍ଞ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଉଦ୍ଦିଷ୍ଟ । ଲୋକାର୍ପିତ ଓ ଶିଳାନ୍ୟାସ ହୋଇଥିବା ନୂତନ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାନୀୟ ଅଞ୍ଚଳର ସ୍ୱାସ୍ଥ୍ୟସେବା ଆବଶ୍ୟକତାକୁ ପୂରଣ କରିବ ।

ଅପରପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିକଟରେ ‘ସେବା ପର୍ବ -୨୦୨୫’ ଅବସରରେ ଯୋଗଦେଇ ଝାରସୁଗୁଡ଼ାରେ ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ, ବୁର୍ଲାକୁ ବିଶ୍ୱସ୍ତରୀୟ ସୁପର ସ୍ପେଶାଲିଟି ଚିକିତ୍ସାଳୟରେ ରୂପାନ୍ତରଣ କରିବା ପାଇଁ ଘୋଷଣା କରିଛନ୍ତି । ଭିମସାର ମେଡିକାଲରେ ବେଡ୍ ସଂଖ୍ୟା ୧୪୮୫ ଥିବାବେଳେ ଏହାକୁ ୨୬୫୦ ସିଟକୁ ହଢାଯିବ ଏବଂ ଏଥିପାଇଁ ୧୬୧୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ପଦକ୍ଷେପ ହସ୍ପିଟାଲକୁ ଅତ୍ୟାଧୁନିକ ଚିକିତ୍ସା କେନ୍ଦ୍ରରେ ପରିଣତ କରିବା ସହ ସ୍ୱାସ୍ଥ୍ୟସେବାକୁ ଉନ୍ନତ କରିବ । ମାନନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ସମ୍ବଲପୁର ଜିଲ୍ଲାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ଡବଲ ଇଞ୍ଜିନ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସେ କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଏବଂ ମତ୍ସ୍ୟ ଓ ପଶୁ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଯୋଗଦେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ