ନଭେମ୍ୱର ୧୧ରେ ନୂଆପଡ଼ା ଉପନିର୍ବାଚନ, ୧୪ ତାରିଖରେ ହେବ ଭୋଟ ଗଣତି

ନଭେମ୍ୱର ୧୧ରେ ନୂଆପଡ଼ା ଉପନିର୍ବାଚନ । ସେହିପରି ନଭେମ୍ୱର ୧୪ ତାରିଖରେ ହେବ ଭୋଟ ଗଣତି । ବିହାର ସହ ନୂଆପଡ଼ା ଉପନିର୍ବାଚନ ନେଇ ତାରିଖ ଘୋଷଣା କଲେ ମୁଖ୍ୟ ନିର୍ବାଚନ କମିସନର । ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ନୂଆପଡ଼ା ସିଟ୍ ଖାଲି ପଡ଼ିଥିଲା । ତେବେ ଏହି ଆସନରେ କେଉଁ ଦଳ କାହାକୁ ପ୍ରାର୍ଥୀ କରୁଛି ତାହା ଉପରେ ନଜର ରହୁଛି । ରାଜେନ୍ଦ୍ର ଢୋଲକିଆଙ୍କ ପୁଅଙ୍କୁ ବିଜେଡି ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି । ବିଜେପି ସରକାରକୁ ଆସିବା ପରେ ଏହା ପ୍ରଥମ ଉପନିର୍ବାଚନ ।