Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜେପି ନେତାଙ୍କୁ ଗୁଳିମାରି ହତ୍ୟା

ବ୍ରହ୍ମପୁରରେ ଅଭାବନୀୟ ଘଟଣା । ଗୁଳିମାଡ଼ରେ ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ତାଙ୍କ ମୃତ୍ୟୁ । ବ୍ରହ୍ମାନଗର ଅଞ୍ଚଳରେ ଗତ କାଲି ରାତିରେ ଗୁଳିମାଡ଼ କରିଥିଲେ ୨ ଦୁର୍ବୃତ୍ତ । ବାଇକ୍‌ରେ ଆସି ୨ ରାଉଣ୍ତ ଗୁଳିମାଡ଼ କରିଥିଲେ ୨ ଦୁର୍ବୃତ୍ତ ।

ଗତ କାଲି ରାତିରେ ୨ ଦୁର୍ବୃତ୍ତ ବାଇକ୍‌ରେ ଆସି ପୀତବାସଙ୍କୁ ଗୁଳିମାଡ଼ କରିଥିଲେ । ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ମୃତକ ରାଜ୍ୟ ଆଇନଜୀବୀ ପରିଷଦ ସଦସ୍ୟ ପୀତବାସ ପଣ୍ଡା । ବୈଦ୍ୟନାଥପୁର ଥାନା ବ୍ରହ୍ମାନଗରଠାରେ ତାଙ୍କୁ ଗୁଳିମାଡ଼ ହୋଇଛି । ରାତି ପ୍ରାୟ ୧୦ଟା ବେଳେ ୨ ଜଣ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଗୁଳି ଚଳାଇଥିଲେ । ସେମାନେ ୨ ରାଉଣ୍ଡ ଗୁଳି ଚଳାଇଥିଲେ । ଗୁଳି ପୀତବାସଙ୍କ ଛାତିରେ ବାଜିଥିଲା । ଘଟଣାସ୍ଥଳରେ ସେ ଟଳି ପଡ଼ିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ଡାକ୍ତରଖାନା ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ପୀତବାସ ବିଜେପି ଦଳର ସକ୍ରିୟ ସଦସ୍ୟ ଥିଲେ । ପୂର୍ବ ସରକାରର ବିଭିନ୍ନ ଦୁର୍ନୀତି ନେଇ ସେ ଖୁଲାସା କରୁଥିଲେ । ତେବେ କିଏ ଓ କାହିଁକି ତାଙ୍କ ଉପରେ ଆକ୍ରମଣ କଲେ ଜଣାପଡ଼ିନି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories