Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନୂଆପଡ଼ା ଉପନିର୍ବାଚନ : କଂଗ୍ରେସରୁ ପ୍ରାର୍ଥୀ ହେଲେ ଘାସିରାମ ମାଝୀ,୨୦୨୪ ନିର୍ବାଚନରେ ସ୍ବାଧୀନ ଭାବେ ଲଢି ୫୦ ହଜାର ଭୋଟ୍ ପାଇଥିଲେ

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ଘାସିରାମ ମାଝୀଙ୍କୁ ଦଳ ପ୍ରାର୍ଥୀ କରିଛି। ଶ୍ରୀ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି।

ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରଠାରୁ ସମ୍ଭାବ୍ୟ ଉପନିର୍ବାଚନ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ମୂଳରୁ ହିଁ ଶ୍ରୀ ମାଝୀ ଦଳର ପ୍ରାର୍ଥୀ ହେବେ ବୋଲି ପିସିସି ସଭାପତିଙ୍କ ଅନୁମାନ ସତ୍ୟ ହୋଇଛି।

୨୦୨୪ ନିର୍ବାଚନକୁ ମିଶାଇ ଶ୍ରୀ ମାଝୀ ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩ ଥର ଲଢି ହାରିଥିଲେ। ୨୦୧୪ ଓ ୨୦୧୯ରେ ସେ କଂଗ୍ରେସ ଦଳର ପ୍ରାର୍ଥୀ ହୋଇଥିବା ବେଳେ ୨୦୨୪ ନିର୍ବାଚନରେ ତାଙ୍କୁ ଦଳୀୟ ଟିକଟ ନ ମିଳିବାରୁ ସେ ସ୍ବାଧୀନ ଭାବେ ଲଢି ୫୦ ହଜାର ୯୪୧ ଖଣ୍ଡ ଭୋଟ୍ ପାଇବା ସହ ଦ୍ବିତୀୟ ସ୍ଥାନରେ ଥିଲେ। କଂଗ୍ରେସର ଦଳୀୟ ପ୍ରାର୍ଥୀ ତଥା ତତ୍କାଳୀନ ପିସିସି ସଭାପତି ଶରତ ପଟ୍ଟନାୟକ ୧୫ ହଜାରରୁ ଅଧିକ ଭୋଟ ପାଇଥିବାରୁ କଂଗ୍ରେସ ଖାତାରେ ୬୫ ହଜାରରୁ ଅଧିକ ଭୋଟ୍ ଥିବା ନେଇ ପିସିସି ସଭାପତି ଆକଳନ କରିଆସୁଥିଲେ। ତେଣୁ ଏ ଥର ସେ ଜିତିବାରେ ଅସୁବିଧା ହେବନାହିଁ ବୋଲି ଶ୍ରୀ ଦାସ ଦୃଢୋକ୍ତି ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷରେ ବିଜେଡି ଓ ବିଜେପି କାହାକୁ ପ୍ରାର୍ଥୀ କରିବେ ସେ ନେଇ ଦ୍ବନ୍ଦ୍ବରେ ଅଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ