ବଢୁଛି ଭିଡ଼,ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ବଢୁଛି ଭିଡ଼,ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ମା’ ସମଲେଶ୍ବରୀ ପୀଠର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି।ଏଥିରେ ସେ ନିର୍ଦ୍ଦେଶ ଦେଇଛନ୍ତି ଏହି ପୀଠ ବିଶ୍ୱ ସ୍ତରୀୟ ହେବ। ଏଥିପାଇଁ ଯାହା ଆବଶ୍ୟକ ସରକାର କରିବାକୁ ପ୍ରସ୍ତୁତ। ଜନସାଧାରଙ୍କ ଭାବାବେଗକୁ ସରକାର ସମ୍ମାନ ଦେଉଥିବାରୁ ପୀଠରେ ଅଧୁରା ବିକାଶକୁ ପୁରା କରିବାକୁ ସରକାର ଯତ୍ନଶୀଳ।
ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ସମଲେଶ୍ବରୀଙ୍କ ପୀଠରେ ବର୍ଷ ତମାମ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନଙ୍କ ଭିଡ଼ ଲାଗିରହିଥାଏ । ଏଥିସହିତ ସମ୍ବଲପୁର ଜିଲ୍ଲାର ମଧ୍ୟ ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ପ୍ରସିଦ୍ଧି ରହିଛି । ସେଥିପାଇଁ ଦେଶବିଦେଶରୁ ପର୍ଯ୍ୟଟକମାନେ ବହୁ ସଂଖ୍ୟାରେ ଆସିଥାନ୍ତି। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ସମସ୍ତ କାର୍ଯ୍ୟକୁ ବିଶ୍ବସ୍ତରୀୟ କରିବା ପାଇଁ ପରାମର୍ଶ ଦେଇଛନ୍ତି।
ଏହି ବୈଠକରେ ପୂର୍ତ୍ତ ଓ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ,ମୁଖ୍ୟ ଶାସନ ସଚିବ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଏବଂ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ। ମା ସମଲେଶ୍ୱରୀ ପୀଠକୁ କିଭଳି ବିଶ୍ୱ ସ୍ତରୀୟ କରାଯାଇପାରିବ ଓ ସେ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକୁ ଅବିଳମ୍ଭେ କାର୍ଯ୍ୟକାରୀ କରାଯାଇପାରିବ ସେଥିପାଇଁ ଅଧିକାରୀ ସମୂହଙ୍କୁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ କୁହାଯାଇଛି।