Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମେଣ୍ଡା ମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ସୁରଭି କାଯ୍ୟକ୍ରମ

ବୀରମହରାଜପୁର : ସୁବର୍ଣ୍ଣପୁର ଜିଲ୍ଲା
ବୀରମହାରାଜପୁର ଗୋଷ୍ଠୀ ଶିକ୍ଷା ଅଧୀନରେ ହିଲୁଙ୍ଗ କ୍ଲଷ୍ଟର୍‌ର ମେଣ୍ଡାମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କଳା ସଂସ୍କୃତିର ଅନନ୍ୟ ପର୍ବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ହିଲୁଙ୍ଗ ସି ଆର ସି ସି ସୁଶୀଳ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଅବସର ପ୍ରାପ୍ତ ଶିକ୍ଷକ ଜ୍ୟୋତିର୍ମୟ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ମୁଖ୍ୟବକ୍ତା ଭାବରେ ବରିଷ୍ଠ ଶିକ୍ଷାବିତ ଅନ୍ତର୍ଯ୍ୟାମୀ ରଥ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସବର ଆଭିମୁଖ୍ୟ ଓ ଗୁରୁ ଶିଷ୍ୟ ପରମ୍ପରା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବରେ ମେଣ୍ଡାମାଳ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଫୁଲଜିନିଆ ମାସାତ, ହିଲୁଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜ୍ୟୋତିରଞ୍ଜନ ପଧାନ, ଚମ୍ପାମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଞ୍ଜିତା ନାଏକ ମଞ୍ଚାସିନ ଥିଲେ। ନଅଟି ଯାକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କ ପ୍ରତିଭା ଚୟନରେ ସାମିଲ ହୋଇଥିଲେ । ଶେଷରେ ଶିକ୍ଷୟିତ୍ରୀ ଝୁନୁ ଶତପଥୀ ଧନ୍ୟବାଦ ପ୍ରଦାନ କରିଥିଲେ । ଉଦଯାପନୀ ପର୍ବରେ ଅବସରପ୍ରାପ୍ତ ଶିକ୍ଷକ ଭୂଷଣ କୁମାର ପାତ୍ରଙ୍କ ସମେତ ସମସ୍ତ ଅତିଥି ଓ ବିଦ୍ୟାଳୟ ପରିଚାଳନା ପରିଷଦର ସଭାପତି ସୁଜିତ କୁମାର ପାତ୍ର ଉପସ୍ଥିତ ହୋଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଅଗ୍ରପୂଜ୍ୟ ଗଜାନନ ଓ ବାଗ୍ଦେବୀ ସରସ୍ବତୀଙ୍କ ପୂଜାର୍ଚ୍ଚନାରୁ ଆରମ୍ଭ ହୋଇଥିଲା ସଭାକାର୍ଯ୍ୟ। ଛାତ୍ରୀମାନଙ୍କ ସ୍ୱାଗତ ସଙ୍ଗୀତ ପରିବେଶକୁ ମନ୍ତ୍ରମୁଗ୍ଧ କରିଥିଲା। ଶିକ୍ଷକ ମନରଞ୍ଜନ ପଧାନ ମଞ୍ଚ ପରିଚାଳନା କରିଥିବା ବେଳେ, ବରିଷ୍ଠ ଶିକ୍ଷକ ପ୍ରଦୀପ କୁମାର ନାୟକ ସ୍ୱାଗତ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଅମୁଲ୍ୟ କୁମାର ପ୍ରଧାନ, ଖେଳ ଶିକ୍ଷୟିତ୍ରୀ ପ୍ରତିଭା ଭୋଇ, କଳା ଶିକ୍ଷକ ଶୁଭେନ୍ଦୁ ମେହେର ସମସ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ସଭା ଶେଷରେ ଅତିଥିମାନେ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ। ବିଳମ୍ବିତ ସନ୍ଧ୍ୟା ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅତିଥି ମାନେ ଉପସ୍ଥିତ ରହି ଆନନ୍ଦ ସହକାରେ ଉପଭୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ