Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କର୍ମୀ ବସିଛନ୍ତି ଅନାଇ, ଦିଲ୍ଲୀରେ ଡିଲ୍ କରିଦେଲେ କହ୍ନେଇ

ପୁଣି ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ସୋସିଆଲ ମିଡିଆ ପୋଷ୍ଟ । ପରୋକ୍ଷରେ ପୁଣି ସନ୍ନ୍ୟାସୀ କହି କଟାକ୍ଷ କଲେ ନେତ୍ରୀ । ନିଜ ଫେସବୁକରେ ପୋଷ୍ଟ କରି ଶ୍ରୀମୟୀ ଲେଖିଛନ୍ତି ଯେ, କର୍ମୀ ବସିଛନ୍ତି ଅନାଇ, ଦିଲ୍ଲୀରେ ଡିଲ୍ କରିଦେଲେ କହ୍ନେଇ । ଦଳ ପାଇଁ ଭଣ୍ଡସନ୍ନ୍ୟାସୀ ନୁହଁ ଶୁଭଙ୍କର, ଭାରି ଭୟଂକର ! କିଛି ମୁହୂର୍ତ୍ତ ଅପେକ୍ଷା କରନ୍ତୁ ବୁଝିଯିବେ ।

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବଡ଼ ରାଜନୈତିକ ଚର୍ଚ୍ଚା ଚାଲିଛି । ଆଜି ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶି ପାରନ୍ତି ବୋଲି ଖବର ଆସୁଛି । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିପାରନ୍ତି ଜୟ ଢୋଲକିଆ । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ରାଜନୀତି ବେଶ ସରଗରମ ହୋଇଛି ।

ସେପଟେ, ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର୍‌ ଧରିବାରେ ଲାଗିଛି । ୨ ଲକ୍ଷ ୫୩ ହଜାର ୬୨୪ ଭୋଟର ବିଶିଷ୍ଟ ନୂଆପଡ଼ା ଆସନରେ ଆସନ୍ତା ନଭେମ୍ବର ୧୧ରେ ଉପନିର୍ବାଚନ ହେବାକୁ ଥିବାବେଳେ ବିଜେଡି ଏବଂ ଭାଜପା ପ୍ରାର୍ଥୀ ଘୋଷଣାରେ କଂଗ୍ରେସଠାରୁ ପଛରେ ପଡ଼ିଯାଇଛନ୍ତି

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories