Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନୂଆପଡ଼ା ପାଇଁ ଅତାବିରାରୁ ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜେଡି ପ୍ରାର୍ଥି ଘୋଷଣା କଲା

ଆସନ୍ତା ୧୧ ତାରିଖରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଭାବରେ ଚୟନ କରିଛି। ସେ ପୂର୍ବରୁ ଅତାବିରା ବିଧାୟକ ଥିଲେ।

ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ଏହି ଉପନିର୍ବାଚନ ହେବାକୁ ଯାଉଛି। ବିଜେପି ଓଡ଼ିଶାରେ ନିଜର ନେତୃତ୍ୱ ଗ୍ରହଣ କରିବା ପରେ ଏହାକୁ ଏକ ବଡ଼ ପରୀକ୍ଷା ଭାବରେ ବିବେଚନା କରାଯାଉଛି। ତେବେ ବିଜେଡିର ବିଧାୟକ ଅର୍ଥାତ୍ ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ଏହି ଉପନିର୍ବାଚନ ହେଉଥିବା ଜଣାପଡିଛି। ଏହି ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟି (ବିଜେପି) ଆଜି ଜୟ ଢୋଲକିଆଙ୍କୁ ପ୍ରାର୍ଥୀ ଭାବରେ ଚୟନ କରିଛି। ସେ ବିଜୁ ଜନତା ଦଳ (ବିଜେଡି) ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ।

ତେବେ ଏହି ଉପନିର୍ବାଚନ ପାଇଁ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ ଘୋଷଣା କରିଅଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ