ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର: ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୯ ତମ ଜନ୍ମଦିବସ। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି।
ଏହି ଅବସରରେ ବିରୋଧୀ ଦଳ ନେତା ନବୀନଙ୍କୁ ପୋଷ୍ଟ ମାଧ୍ୟମରେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ସେ ପୋଷ୍ଟରେ ଲେଖିଛନ୍ତି ଯେ, ବିରୋଧୀ ଦଳ ନେତା ନବୀନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘ ଏବଂ ସୁଖମୟ ଜୀବନ କାମନା କରୁଛି।
ସେହିପରି ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଦେଇଛନ୍ତି।