ଓଡ଼ିଶା ସରକାରଙ୍କ ଦୀପାବଳି ଭେଟି: ମହଙ୍ଗା ଭତ୍ତାରେ ୩% ବୃଦ୍ଧି

ଭୁବନେଶ୍ୱର: ଦୀପାବଳି ପୂର୍ବରୁ ମୋହନ ସରକାରଙ୍କ ବଡ଼ ଘୋଷଣା। ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର। ମହଙ୍ଗା ଭତ୍ତା ୫୫%ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ସାମାଜିକ ଗଣମାଧ୍ୟମରେ ପ୍ରକାଶିତ ପୋଷ୍ଟ ଅନୁଯାୟୀ, ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ହୋଇଛି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଛିଲା ଭାବରେ ଲାଗୁ ହେବ।
ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ। ପେନ୍ସନ ଭୋଗୀମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି ହୋଇଛି । ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ମିଳିବ । ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।