Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କୋକସରା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ,ପ୍ରତିଭା କୁ ପ୍ରସ୍ଫୁଟିତ କରିବ ସୁରଭି।

କଳାହାଣ୍ଡି,୧୭/୧୦
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ଆଞ୍ଚଳିକ ସାଧନ କେନ୍ଦ୍ର ପକ୍ଷରୁ କୋକସରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ମହୋତ୍ସବ ‘ସୁରଭି’ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି | ଉଦଘାଟନି କାର୍ଯ୍ୟକ୍ରମ ରେ ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ଵାଲା ନାୟକ ଙ୍କ ସଭାପତିତ୍ୱ ରେ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ମୁଖ୍ୟ ଅତିଥି ଭାବେ ବିଆରସିସି ତୋଫାନ ମାଝୀ, ମୁଖ୍ୟ ବକ୍ତା ଭାବେ ଦୁର୍ଯୋଧନ ବାଗ,ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଦେବେନ୍ଦ୍ର ମେହେର, ଦୁର୍ଯୋଧନ ନାଏକ, ଶିକ୍ଷକ ପ୍ରତାପ ଚନ୍ଦ୍ର ମହାନ୍ତି, ଶିକ୍ଷୟତ୍ରୀ ବ୍ୟାପ୍ତି ନାଏକ ଯୋଗଦେଇ ସୁରଭି କାର୍ଯ୍ୟକ୍ରମ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଓ ନିଜ ପ୍ରତିଭା କୁ ଲୋକଲୋଚନକୁ ଆଣିବା ପାଇଁ ଛାତ୍ରଛାତ୍ରୀ ଙ୍କ ପାଇଁ ସୁରଭି ଏକ ଉତ୍ତମ ମଞ୍ଚ ବୋଳି ମତ ଦେଇଥିଲେ। ସୁରଭି କାର୍ଯ୍ୟକ୍ରମ ରେ ବିଭିନ୍ନ ବର୍ଗରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତା କୁ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ପରିଚାଳନା ସହ ମୂଲ୍ୟଙ୍କନ କରିଥିଲେ। ଏହି ଅବସରରେ ଗୋଷ୍ଠି ଶିକ୍ଷା ବିଭାଗ ପକ୍ଷରୁ ନିକଟରେ ମୁଖ୍ୟମନ୍ତ୍ରୀ ପୁରସ୍କାର ରେ ସମ୍ମାନିତ ହୋଇଥିବା କ୍ରୀଡା ଶିକ୍ଷକ ଅମିତ କୁମାର ମହାନ୍ତି ଓ ଏମ ଏନ ପଦ୍ମଲୋଚନ ସାହୁ ସମେତ ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ବାଳା ନାୟକ,ଶିକ୍ଷକ ମୁରଲୀଧର ମାଝୀ ଓ ବିରଞ୍ଚି ମାଝୀ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବୈକୁଣ୍ଠ ଜାଲ ମଞ୍ଚ ପରିଚାଳନା କରିଥିଲେ। ଛାତ୍ରଛାତ୍ରୀ ମାନେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।କୋକସରା କ୍ଲଷ୍ଟର ଅଧିନସ୍ଥ ବିଭିନ୍ନ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି ସୁରଭି କାର୍ଯ୍ୟକ୍ରମ ସଫଳ ରୂପାୟନ ରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ