Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନୂଆପଡା ଉପନିର୍ବାଚନ ପାଇଁ ସରିଲା ନାମାଙ୍କନ, ମଇଦାନରେ ୧୯ ପ୍ରାର୍ଥୀ

ଭୁବନେଶ୍ୱର: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ସରିଛି ନାମାଙ୍କନ ପତ୍ର ଦାଖଲ। ସମୁଦାୟ ୧୯ ଜଣ ପ୍ରାର୍ଥୀ ଦାଖଲ କରିଛନ୍ତି ନାମାଙ୍କନ ପତ୍ର। ତେବେ ଏଥିସହିତ ରାଜନୀତି ସରଗରମ ହୋଇପଡ଼ି ଥିବା ବେଳେ ନିଜ ନିଜ ପ୍ରାର୍ଥୀଙ୍କ ପାଇଁ ମଇଦାନରେ ପ୍ରଚାର କରିବାକୁ ଅଣ୍ଟା ଭିଡ଼ିଲେନି ଦଳୀୟ ନେତା ଓ କର୍ମୀ।

ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ , ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏମାନଙ୍କ ସହିତ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ସ୍ବାଧୀନ ପ୍ରାର୍ଥୀ ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ, ଲୋଚନ ମାଝୀ, ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି। ଅକ୍ଟୋବର ୨୪ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବା ବେଳେ ନଭେମ୍ବର ୧୬ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ