Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପ ଜନିତ ପ୍ରବଳ ବର୍ଷା ସମ୍ଭାବନା:ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ-ରାଜସ୍ବ ମନ୍ତ୍ରୀ ସୁରେଶ ପୁଝାରୀ

ସମ୍ବଲପୁର:ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ପ୍ରବଳ ବର୍ଷା ପାଇଁ ଜିଲ୍ଲାପ୍ରଶାସନକୁ ସତର୍କ କଲେ ରାଜ୍ୟ ସରକାର । ବିଦେଶୀ ପାଣିପାଗ ମଡେଲ ଓ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନକୁ ଦେଖି ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି ବୋଲି କହିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।ମନ୍ତ୍ରୀ ଆହୁରି କହିଛନ୍ତି, ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ହେବାର ଆକଳନ ହୋଇଛି।

ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି । କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା କେବଳ ବର୍ଷା ହେବ ବୋଲି ବର୍ତ୍ତମାନ ସୁଦ୍ଧା ଆକଳନ କରିଛି । ପାଣିପାଗ ବିଭାଗର ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ବର୍ଷା ଅଧିକ ହେବାର ସମ୍ଭାବନା ରହିଛି। ତେଣୁ ତାକୁ ରେଡ ଆଲର୍ଟରେ ରଖାଯାଇଛି। ଉପକୂଳ ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ଆଲର୍ଟରେ ରହିଛି। ବର୍ଷା ଅଧ‌ିକ ପରିମାଣରେ ହେବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ଆଲର୍ଟରେ ରହିଛୁ। ପ୍ରକୋପ ଯଦି ବେଶୀ ହୁଏ ସେଥିପାଇଁ ଆମେ ପ୍ରସ୍ତୁତ ଓ ତାର ମୁକାବିଲା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି।

ଏଣେ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ସୂଦୃଶ୍ୟ ଲଘୁଚାପରେ ପରିଣତ ହେଲା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇthiବା ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ଦିଗ କରି ଆସନ୍ତାକାଲି ଅବପାତରେ ପରିଣତ ହେବ। ଉତ୍ତର ତାମିଲନାଡୁ, ପୁଡ଼ୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ଗତି କରିବ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବ ଓଡ଼ିଶା ଉପରେ ନାହିଁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ଯାଏଁ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ବର୍ଷାର ପ୍ରଭାବ ରହିବ । ବିଜୁଳି, ଘଡଘଡି ଓ ଝଟକା ପବନ ସମ୍ଭାବନା ଥିବା ବେଳେ ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି, କୋରାପୁଟ ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ,କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ଷ୍ଟାଣ୍ଡିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।ଗୁରୁବାର ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେବି ପ୍ରବଳ ବର୍ଷା ସ୍ଥିତି ଉପୁଜିଲେ ଏହାର ମୁକାବିଲା ପାଇଁ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଥିବା ଓ ପ୍ରତିକାରାତ୍ମକ ବ୍ୟବସ୍ଥା ସ୍ୱରୂପ ଜନସାଧାରଣଙ୍କୁ ବ୍ୟାପକ ଜନ ସଚେତନତା କରି ଧନ ଜୀବନ ସୁରକ୍ଷା ଦିଗରେ ସରକାର ସଜାଗ ରହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ