ପରଲୋକରେ କବି ରାଜେନ୍ଦ୍ର କିଶୋର ପଣ୍ଡା
ଭୁବନେଶ୍ବର: ପ୍ରଖ୍ୟାତ ଓଡ଼ିଆ କବି, ଔପନ୍ୟାସିକ ଓ ପ୍ରଶାସକ ରାଜେନ୍ଦ୍ର କିଶୋର ପଣ୍ଡା ଆଉ ନାହାନ୍ତି। ଆଜି ପୂର୍ବାହ୍ନ ସାଢ଼େ ୧୧ଟା ସମୟରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ୧୯୪୪ ଜୁନ୍ ୨୪ ତାରିଖରେ ଝାରସୁଗୁଡ଼ା ଜିଲ୍ଲାର ବତଲଗା ଗାଁରେ ସେ ଜନ୍ମଗ୍ରହଣ କରିଥିଲେ। ସେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ କଳାରେ ସ୍ନାତକୋତ୍ତର ଡିଗ୍ରି ହାସଲ କରିଥିଲେ।
୧୯୪୭ରେ ଶ୍ରୀ ପଣ୍ଡାଙ୍କର ପ୍ରଥମ କବିତା ସଂଗ୍ରହ ‘ଗୌଣ ଦେବତା’ ପ୍ରକାଶିତ ହୋଇଥିଲା। ତାଙ୍କର ଷୋହଳଟି କବିତା ସଂକଳନ ପ୍ରକାଶ ପାଇଛି। ସେ ଦୁଇଟି ଉପନ୍ୟାସର ବି ରଚୟିତା। ରାଜେନ୍ଦ୍ର କିଶୋର ପଣ୍ଡା ୧୯୬୭ରୁ ୨୦୦୪ ଯାଏ ପ୍ରଶାସନିକ ସେବାରେ ବିଭିନ୍ନ ପଦପଦବୀରେ ଦାୟିତ୍ବ ନିର୍ବାହ କରିଥିଲେ। ତାଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଶୋକର ଛାୟା ଖେଳିଯାଇଛି।

